Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 34 - ପବିତ୍ର ବାଇବଲ


ଯେତେବେଳେ ଅବିମେଲକ୍ ସାକ୍ଷାତରେ ନିଜର ଚିନ୍ତାଧାରା ଦାଉଦ ପରିବର୍ତ୍ତନ କଲେ ଓ ତାହାଦ୍ୱାରା ତଡ଼ାଖାଇ ଗ୍ଭଲିଗଲେ। ସେହି ସମୟରେ ଦାଉଦଙ୍କ ଗୀତ।

1 ମୁଁ ସର୍ବଦା ସଦାପ୍ରଭୁଙ୍କ ପ୍ରଶଂସା କରିବି। ତାଙ୍କର ପ୍ରଶଂସା ମୋର ଓଠରେ ସବୁବେଳେ ଲାଗିରହିବ।

2 ନମ୍ର ଲୋକମାନେ ଶୁଣ ଓ ଆନନ୍ଦିତ ହୁଅ। ମୋର ଆତ୍ମା ସଦାପ୍ରଭୁଙ୍କ ଧ୍ୟାନରେ ବ୍ୟାକୁଳ ହେଉଅଛି।

3 ମୋ’ ସହିତ ପରମେଶ୍ୱରଙ୍କ ମାହାତ୍ମ୍ୟ ପ୍ରକାଶ କର। ତାଙ୍କ ନାମର ମହିମା କୀର୍ତ୍ତନ କର।

4 ମୁଁ ପରମେଶ୍ୱରଙ୍କୁ ପ୍ରାର୍ଥନା କଲି। ସେ ମୋତେ ସମସ୍ତ ଭୟରୁ ମୁକ୍ତି ପ୍ରଦାନ କଲେ।

5 ପରମେଶ୍ୱରଙ୍କ ନିକଟରେ ସାହାଯ୍ୟ ପ୍ରାର୍ଥନା କର। ତୁମ୍ଭର ପ୍ରାର୍ଥନା ସ୍ୱୀକାର କରାଯିବ। ଏଥିରେ ଲଜ୍ଜିତ ହେବାର କିଛି ନାହିଁ।

6 ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କଲା ଓ ସଦାପ୍ରଭୁ ତାହା ଶୁଣିଲେ ସେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କଲେ।

7 ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ସଦାପ୍ରଭୁଙ୍କ ଦୂତ ସର୍ବଦା ସେମାନଙ୍କ ପାଖରେ ଥା’ନ୍ତି, ସେ ସେମାନଙ୍କୁ ଉଦ୍ଧାର କରନ୍ତି।

8 ସଦାପ୍ରଭୁ ଯେ ମଙ୍ଗଳମୟ ଏହା ପରୀକ୍ଷା କରି ଦେଖ। ଯେଉଁ ବ୍ୟକ୍ତି ତାଙ୍କର ଶରଣାଗତ ସେ ତାଙ୍କୁ ସମସ୍ତ ସୁଖ ପ୍ରଦାନ କରନ୍ତି ଏବଂ ସେ ପ୍ରକୃତରେ ସୁଖୀ ହେବ।

9 ସଦାପ୍ରଭୁଙ୍କ ପବିତ୍ର ଭକ୍ତଗଣ ପରମେଶ୍ୱରଙ୍କ ଉପାସନା କର। ଯେଉଁ ଲୋକମାନେ ପରମେଶ୍ୱରଙ୍କ ଉପାସନା କରନ୍ତି, ସେମାନେ ଦରକାର କରୁଥିବା ବସ୍ତୁ ସର୍ବଦା ପାଇଥା’ନ୍ତି।

10 ଶକ୍ତିଶାଳୀ ଲୋକମାନେ ମଧ୍ୟ ଦୁର୍ବଳ ଓ ଭୋକିଲା ହେବେ। କିନ୍ତୁ ଯେଉଁ ଲୋକମାନେ ପରମେଶ୍ୱରଙ୍କ ସହାୟତା ପ୍ରାର୍ଥନା କରନ୍ତି, ସେମାନଙ୍କର ସବୁକିଛି ମଙ୍ଗଳ ଘଟିବ।

11 ହେ ପିଲାମାନେ, ଆସ ମୋ’ କଥା ଶୁଣ; କିପରି ସଦାପ୍ରଭୁଙ୍କୁ ସମ୍ମାନ କରାଯାଏ ମୁଁ ତୁମ୍ଭକୁ ଶିକ୍ଷା ଦେବି।

12 ଯଦି ଜଣେ ବ୍ୟକ୍ତି ଜୀବନକୁ ଭଲ ପାଏ ଏବଂ ସେ ଦୀର୍ଘ ନିରାମୟ ଜୀବନଯାପନ କରିବାକୁ ଇଚ୍ଛା କରେ।

13 ସେହି ବ୍ୟକ୍ତି ପ୍ରଥମେ ମନ୍ଦକଥା କହିବା ବନ୍ଦ କରିବା ଦରକାର ଓ ସେ ମିଥ୍ୟା କହିବା ଉଚିତ୍ ନୁହେଁ।

14 ମନ୍ଦକାର୍ଯ୍ୟ କରିବା ବନ୍ଦ କର। କେବଳ ଉତ୍ତମ କାର୍ଯ୍ୟ କର। ଶାନ୍ତି ପାଇଁ କାର୍ଯ୍ୟ କର। ଶାନ୍ତି ପାଇଲା ପର୍ଯ୍ୟନ୍ତ ଶାନ୍ତି ପଛରେ ଦୌଡ଼।

15 ସଦାପ୍ରଭୁ ଉତ୍ତମ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି। ସେ ସେମାନଙ୍କର ପ୍ରାର୍ଥନା ଶୁଣନ୍ତି।

16 କିନ୍ତୁ ସଦାପ୍ରଭୁ ଯେଉଁମାନେ ମନ୍ଦକାର୍ଯ୍ୟ କରନ୍ତି ସେମାନଙ୍କ ବିରୁଦ୍ଧରେ ଯାଆନ୍ତି। ସେ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରନ୍ତି।

17 ସଦାପ୍ରଭୁଙ୍କୁ ପ୍ରାର୍ଥନା କର ସେ ତୁମ୍ଭ ଡାକ ଶୁଣିବେ। ସେ ତୁମ୍ଭକୁ ତୁମ୍ଭର ସମସ୍ତ ବିପଦରୁ ଉଦ୍ଧାର କରିବେ।

18 ଯେତେବେଳେ ଲୋକଙ୍କ ଉପରେ ବିପଦ ପଡ଼େ ତା'ପରେ ସେମାନେ ଅହଂକାରୀ ପ୍ରବୃତ୍ତି ବନ୍ଦ କରନ୍ତି। ସଦାପ୍ରଭୁ ସେହି ଶୋଚନୀୟ, ଲୋକମାନଙ୍କ ନିକଟତର ହୁଅନ୍ତି। ସେ ସେମାନଙ୍କୁ ଉଦ୍ଧାର କରନ୍ତି।

19 ଧାର୍ମିକ ବ୍ୟକ୍ତିମାନଙ୍କ ଉପରେ ହୁଏତ ବହୁତ ବିପଦ ଆସିପାରେ କିନ୍ତୁ ସଦାପ୍ରଭୁ ସେମାନଙ୍କୁ ସେମାନଙ୍କର ପ୍ରତ୍ୟେକ ବିପଦରୁ ଉଦ୍ଧାର କରିବେ।

20 ସଦାପ୍ରଭୁ ସେମାନଙ୍କ ଶରୀରର ଅସ୍ଥିକୁ ରକ୍ଷା କରିବେ ଯେପରିକି ଖଣ୍ଡିଏ ହାଡ଼କୁ ଭାଙ୍ଗିବାକୁ ଦେବେ ନାହିଁ।

21 କିନ୍ତୁ ବିପଦ ସେହି ଦୁଷ୍ଟ ଲୋକମାନଙ୍କୁ ନିଶ୍ଚୟ ବିନଷ୍ଟ କରିବ। ଉତ୍ତମ ବ୍ୟକ୍ତିମାନଙ୍କର ଶତ୍ରୁମାନେ ସମୂଳେ ବିନାଶ ପ୍ରାପ୍ତ ଦେବେ।

22 ସଦାପ୍ରଭୁ, ସେହି ଲୋକମାନଙ୍କର ପ୍ରାଣକୁ ଉଦ୍ଧାର କରିବେ, ଯେଉଁମାନେ ତାଙ୍କୁ ଆରାଧନା କରନ୍ତି। ଯେଉଁ ବ୍ୟକ୍ତିମାନେ ତାଙ୍କ ଉପରେ ନିର୍ଭରଶୀଳ, ସେ କେବେହେଲେ ସେମାନଙ୍କୁ ଧ୍ୱଂସ ହେବାକୁ ଦେବେ ନାହିଁ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan