Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 37 - ପବିତ୍ର ବାଇବଲ


ଦାଉଦଙ୍କର ଗୀତ।

1 ଦୁଷ୍ଟ ଲୋକମାନଙ୍କ କଥାରେ ହତାଶ ହେବାର ଆବଶ୍ୟକତା ନାହିଁ। ଯେଉଁମାନେ କୁକର୍ମ କରିଛନ୍ତି, ସେହି ଲୋକମାନଙ୍କ ଉପରେ ଈର୍ଷା କର ନାହିଁ।

2 ଦୁଷ୍ଟ ଲୋକମାନେ ଘାସ ଓ ସବୁଜ ଲତା ତୁଲ୍ୟ ଯାହା ଖୁବ୍ ଶୀଘ୍ର ଧୂସର ହୋଇ ମରିଯାଏ।

3 ଯଦି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖିବ ଓ ସୁକର୍ମ କରିବ ତୁମ୍ଭେ ତା'ହେଲେ ଆନନ୍ଦରେ ରହିବ ଓ ଅନେକ ଜିନିଷ ଉପଭୋଗ କରିବ ଯାହା ସେହି ଭୂମିରୁ ତୁମ୍ଭେ ପାଇବ।

4 ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କରିବାର ସୁଖଭୋଗ କର ତହିଁରେ ସେ ତୁମ୍ଭର ଇଚ୍ଛା ପୂରଣ କରିବେ।

5 ସଦାପ୍ରଭୁଙ୍କ ଉପରେ ନିର୍ଭର ରଖ। ତାଙ୍କୁ ବିଶ୍ୱାସ କର ଓ ସେ ନିଶ୍ଚୟ ଯାହା କରିବା କଥା ସଫଳ କରିବେ।

6 ତୁମ୍ଭର ସାଧୁତା ଓ ନ୍ୟାୟପ୍ରିୟତା ମଧ୍ୟାହ୍ନର ସୂର୍ଯ୍ୟ କିରଣ ଭଳି ଉଜ୍ଜ୍ୱଳ ଆଲୋକ ପ୍ରଦାନ କରୁ।

7 ସଦାପ୍ରଭୁଙ୍କୁ ବିଶ୍ୱାସ କର ଓ ତାଙ୍କ ସାହାଯ୍ୟ ପାଇଁ ଅପେକ୍ଷା କର। ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନଙ୍କ ମନ୍ଦକାର୍ଯ୍ୟ ସଫଳ ହୁଏ। ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନେ ମନ୍ଦକାର୍ଯ୍ୟ କରିବାକୁ ମନ୍ତ୍ରଣା କରି ସେମାନଙ୍କର ଯୋଜନାରେ ସଫଳ ହୁଅନ୍ତି।

8 କ୍ରୋଧ ତ୍ୟାଗ କର, କୋପ ତ୍ୟାଗ କର। ଏତେ ଅଧୈର୍ଯ୍ୟ ହୁଅ ନାହିଁ, ଯାହା ଫଳରେ ତୁମ୍ଭେ ମଧ୍ୟ ମନ୍ଦକାର୍ଯ୍ୟ କରି ବସିବ।

9 କାରଣ ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ କିନ୍ତୁ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କରନ୍ତି, ସେମାନେ ସମଗ୍ର ଭୂମିକୁ ନିୟନ୍ତ୍ରଣ କରି ପାରିବେ। ଏହା ପରମେଶ୍ୱର ସେମାନଙ୍କଠାରେ ପ୍ରତିଜ୍ଞା କରିଛନ୍ତି।

10 ଆଉ ଅଳ୍ପ ଦିନପରେ ଦୁଷ୍ଟ ଲୋକମାନେ ନ ଥିବେ। ତୁମ୍ଭେ ସେମାନଙ୍କୁ ଖୋଜିଲେ ବି ଆଉ ପାଇବ ନାହିଁ, କାରଣ ସେମାନେ ଆଉ ନ ଥିବେ।

11 ପରମେଶ୍ୱର ସେମାନଙ୍କୁ ପ୍ରତିଜ୍ଞା କରିଥିଲେ ଯେ, ନମ୍ର ଲୋକମାନେ ଭୂମି ପାଇବେ ଓ ସେମାନେ ଶାନ୍ତି ଉପଭୋଗ କରିବେ।

12 ପାପୀଷ୍ଠ ଲୋକମାନେ ଧର୍ମାତ୍ମାମାନଙ୍କ ବିରୁଦ୍ଧରେ କୁମନ୍ତ୍ରଣା କରନ୍ତି। ସେହି ଅଧର୍ମୀ ଲୋକମାନେ ଧାର୍ମିକମାନଙ୍କୁ ଦେଖି ସେମାନଙ୍କ କ୍ରୋଧ ଦେଖାନ୍ତି ଓ ରାଗରେ ଦାନ୍ତ କଡ଼ମଡ଼ କରିଥା’ନ୍ତି।

13 କିନ୍ତୁ ଆମ୍ଭମାନଙ୍କର ପ୍ରଭୁ ସେହି ଦୁଷ୍ଟ ଲୋକମାନଙ୍କୁ ଦେଖି ପରିହାସ କରିବେ। ସେ ଦେଖନ୍ତି ଯେ ସେହି ଦୁଷ୍ଟ ଲୋକମାନଙ୍କର ଦିନ ସରି ଆସୁଛି।

14 ଦୁଷ୍ଟ ଲୋକମାନେ ଖଣ୍ଡା, ଧନୁ ଓ ତୀର ଧରି ବାହାରି ପଡ଼ନ୍ତି। ସେମାନେ ଦୁଃଖୀ ଓ ଅସହାୟ ଲୋକମାନଙ୍କୁ ହତ୍ୟା କରିବାକୁ ଗ୍ଭହାନ୍ତି। ସେମାନେ ସିଦ୍ଧ ଓ ଧାର୍ମିକ ଲୋକମାନଙ୍କୁ ନିପାତ କରିବାକୁ ଗ୍ଭହାନ୍ତି।

15 କିନ୍ତୁ ସେମାନଙ୍କର ଧନୁ ଭାଙ୍ଗିଯିବ। ସେମାନଙ୍କର ଖଣ୍ଡା ସେମାନଙ୍କର ନିଜ ହୃଦୟରେ ପ୍ରବେଶ କରିବ।

16 ଧାର୍ମିକ ଲୋକମାନଙ୍କ ମଧ୍ୟରେ ଅଳ୍ପ ଥିଲେ ବି ତାହା ଦୁଷ୍ଟ ଲୋକମାନଙ୍କ ମଧ୍ୟରେ ଥିବା ଧନୀ ଲୋକମାନଙ୍କ ଅପେକ୍ଷା ଉତ୍ତମ ଅଟେ।

17 କାରଣ ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ। କିନ୍ତୁ ସଦାପ୍ରଭୁ ଧାର୍ମିକ ବ୍ୟକ୍ତିମାନଙ୍କୁ ରକ୍ଷା କରିବେ।

18 ସଦାପ୍ରଭୁ ସର୍ବଦା ସିଦ୍ଧ ଲୋକମାନଙ୍କୁ ସାହାଯ୍ୟ ଓ ସେମାନଙ୍କର ସାରା ଜୀବନ ରକ୍ଷା କରନ୍ତି। ସେମାନଙ୍କର ଅଧିକାର ଅନନ୍ତକାଳ ସ୍ଥାୟୀ ରୁହେ।

19 ଯେତେବେଳେ ବିପଦ ଆସେ ସେତେବେଳେ ଧାର୍ମିକ ଲୋକମାନେ ଧ୍ୱଂସ ହେବେ ନାହିଁ। ଯେତେବେଳେ ଦୁର୍ଭିକ୍ଷ ପଡ଼ିବ ସେତେବେଳେ ଧାର୍ମିକ ଲୋକ ପ୍ରଚୁର ଖାଦ୍ୟ ପାଇବେ।

20 କିନ୍ତୁ ଦୁଷ୍ଟ ଲୋକମାନେ ହେଉଛନ୍ତି ସଦାପ୍ରଭୁଙ୍କର ଶତ୍ରୁ ଓ ସେହି ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ। ସେମାନଙ୍କର ଉପତ୍ୟକା ସବୁ ଶୁଖି ଜଳିଯିବ। ସେମାନେ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ ପାଇବେ।

21 ଦୁଷ୍ଟ ଲୋକ ଖୁବ୍ ଶୀଘ୍ର ଟଙ୍କା ଋଣ କରେ ଓ କେବେ ତାକୁ ପରିଶୋଧ କରେ ନାହିଁ। କିନ୍ତୁ ଧାର୍ମିକ ବ୍ୟକ୍ତି ତାକୁ ଅନ୍ୟମାନଙ୍କୁ ବାଣ୍ଟି ଦିଏ।

22 ଯଦି ଜଣେ ଧାର୍ମିକ ବ୍ୟକ୍ତି ଲୋକମାନଙ୍କୁ ଆଶୀର୍ବାଦ କରେ ତା'ହେଲେ ପରମେଶ୍ୱରଙ୍କ ପ୍ରତିଜ୍ଞା ମୁତାବକ ସେମାନେ ଭୂମି ପାଇବେ। କିନ୍ତୁ ଯଦି ସେମାନେ କୁକର୍ମ ସବୁ ଘଟୁ ବୋଲି କୁହନ୍ତି, ସେହି ଲୋକମାନେ ଧ୍ୱଂସ ହେବେ।

23 ସଦାପ୍ରଭୁ ଧାର୍ମିକ ବ୍ୟକ୍ତିକୁ ସ‌‌‌ତ୍‌‌‌ମାର୍ଗରେ ଜୀବନ ଧାରଣ କରିବା ପାଇଁ ସାହାଯ୍ୟ କରନ୍ତି। ଯେତେବେଳେ ସେ ତାହା କରେ, ସଦାପ୍ରଭୁ ଖୁସୀ ହୁଅନ୍ତି।

24 ସେମାନେ ଝୁଣ୍ଟି ପଡ଼ିବେ ନାହିଁ କାରଣ ସଦାପ୍ରଭୁ ସେମାନଙ୍କୁ ସମର୍ଥନ କରନ୍ତି।

25 ମୁଁ ଯୁବା ଥିଲି ଓ ବର୍ତ୍ତମାନ ବୁଢ଼ା ହେଲିଣି ଓ ମୁଁ କେବେ ଦେଖି ନାହିଁ ପରମେଶ୍ୱର ଧାର୍ମିକ ଲୋକଙ୍କୁ ପରିତ୍ୟାଗ କରନ୍ତି। ମୁଁ କେବେ ଦେଖି ନାହିଁ ଯେ, ଧାର୍ମିକ ବ୍ୟକ୍ତିଙ୍କର ପିଲାମାନେ ଖାଦ୍ୟ ପାଇଁ ଭିକ୍ଷାବୃତ୍ତି କରନ୍ତି।

26 ଧାର୍ମିକ ବ୍ୟକ୍ତି ସବୁକିଛି ଅନ୍ୟମାନଙ୍କୁ ଦେଇଦିଏ। ତେଣୁ ତା'ର ପିଲାମାନେ ଏକ ଆଶୀର୍ବାଦସୂଚକ।

27 ତୁମ୍ଭେ ଯଦି ମନ୍ଦକାର୍ଯ୍ୟ କରିବାକୁ ମନା କର ଓ ଯଦି ତୁମ୍ଭେ ଭଲକାର୍ଯ୍ୟ କର, ତା'ହେଲେ ତୁମ୍ଭେ ନିଶ୍ଚୟ ଚିରଦିନ ପାଇଁ ବଞ୍ଚି ରହିବ।

28 ସଦାପ୍ରଭୁ ନ୍ୟାୟକୁ ଭଲ ପାଆନ୍ତି ଓ ତାଙ୍କର ବିଶ୍ୱସ୍ତ ଅନୁସରଣକାରୀମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ, ତେଣୁ ସେମାନେ ଚିରଦିନ ସୁରକ୍ଷିତ। କିନ୍ତୁ ଦୁଷ୍ଟ ଲୋକମାନେ ଧ୍ୱଂସ ହେବେ।

29 ଧାର୍ମିକ ଲୋକମାନେ ପରମେଶ୍ୱରଙ୍କ ମୁତାବକ ରାଜ୍ୟ ପାଇବେ। ସେମାନେ ସେଠାରେ ଚିରଦିନ ବାସ କରିବେ।

30 ଧାର୍ମିକ ବ୍ୟକ୍ତି ଜ୍ଞାନର ଉପଦେଶ ଦିଏ। ତା'ର ନିଷ୍ପତ୍ତି ସମସ୍ତଙ୍କୁ ନ୍ୟାୟ ପ୍ରଦାନ କରେ।

31 ସେ ସଦାପ୍ରଭୁଙ୍କ ଉପଦେଶ ସବୁ ଶିଖିଥାଏ। ତେଣୁ ସେ କେବେହେଲେ ସେହି ପଥରୁ ବିଚ୍ୟୁତ ହେବ ନାହିଁ।

32 ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ସବୁବେଳେ ମାରିବାକୁ ଜଗି ବସିଥା’ନ୍ତି।

33 ସଦାପ୍ରଭୁ କେବେହେଲେ ଦୁଷ୍ଟ ଲୋକମାନଙ୍କ ହସ୍ତରେ ଧାର୍ମିକ ଲୋକମାନଙ୍କୁ ଛାଡ଼ି ଦେବେ ନାହିଁ। ପରମେଶ୍ୱର କେବେହେଲେ ଧାର୍ମିକ ଲୋକମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ ନାହିଁ।

34 ସଦାପ୍ରଭୁଙ୍କର ଅନୁସରଣ କର ଓ ତାଙ୍କ ସାହାଯ୍ୟ ପାଇଁ ଅପେକ୍ଷା କର। ସଦାପ୍ରଭୁ ତୁମ୍ଭକୁ ନିଶ୍ଚିତ ବିଜୟୀ କରାଇବେ ଓ ପରମେଶ୍ୱରଙ୍କ ପ୍ରତିଜ୍ଞା ମୁତାବକ ତୁମ୍ଭେ ତୁମ୍ଭର ରାଜ୍ୟ ଫେରି ପାଇବ, ସେତେବେଳେ ଦୁଷ୍ଟ ଲୋକମାନେ ସେ ରାଜ୍ୟ ଛାଡ଼ି ଗ୍ଭଲିଯିବେ।

35 ମୁଁ ଜଣେ ଦୁଷ୍ଟ ଲୋକଙ୍କୁ ଦେଖିଲି ଯିଏକି ଅତି ଶକ୍ତିଶାଳୀ ଥିଲା। ସେ ଏକ ପୂର୍ଣ୍ଣାଙ୍ଗ ବୃକ୍ଷ ଭଳି ଶକ୍ତିଶାଳୀ ଥିଲା।

36 କିନ୍ତୁ ସେ ଆଜି ନାହିଁ। ମୁଁ ତାଙ୍କୁ ଅନେକ ସ୍ଥାନରେ ଖୋଜିଲି କିନ୍ତୁ ତାଙ୍କୁ ପାଇଲି ନାହିଁ।

37 ସିଦ୍ଧ ଓ ଧାର୍ମିକ ଲୋକ ହୁଅ। ଯେଉଁମାନେ ଶାନ୍ତିକୁ ଭଲପାଆନ୍ତି ସେମାନଙ୍କର ଅନେକ ବଂଶଧର ବଢ଼ି ଗ୍ଭଲିବେ।

38 କିନ୍ତୁ ଅଧର୍ମାଗ୍ଭରୀ ଲୋକମାନେ ସମ୍ପୂର୍ଣ୍ଣ ଧ୍ୱଂସ ପାଇବେ ଓ ସେମାନଙ୍କର ବଂଶଧରମାନେ ସେହି ସ୍ଥାନ ଛାଡ଼ିବାକୁ ବାଧ୍ୟ ହେବେ।

39 ସଦାପ୍ରଭୁ ସର୍ବଦା ଧାର୍ମିକ ଲୋକକୁ ରକ୍ଷା କରନ୍ତି। ସଦାପ୍ରଭୁ ହିଁ ସେହି ଧାର୍ମିକ ଲୋକମାନଙ୍କର ସଙ୍କଟ ସମୟରେ ଏକମାତ୍ର ବଳ। ଯେତେବେଳେ ସେମାନେ ଅସୁବିଧାରେ ପଡ଼ନ୍ତି।

40 ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି। ସଦାପ୍ରଭୁ ସେହି ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ କବଳରୁ ରକ୍ଷା କରନ୍ତି କାରଣ ସେମାନେ ତାଙ୍କ ଉପରେ ନିର୍ଭରଶୀଳ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan