Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 40 - ପବିତ୍ର ବାଇବଲ


ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

1 ମୁଁ ସଦାପ୍ରଭୁଙ୍କୁ ଡାକିଲି, ସେ ମୋର ଡାକ ଓ କ୍ରନ୍ଦନ ଧ୍ୱନି ଶୁଣିଲେ।

2 ସଦାପ୍ରଭୁ ମୋତେ ମୃତ୍ୟୁ ଗୁମ୍ଫାରୁ ଉଠାଇଲେ। ସେ ମୋତେ ସେହି ମାଟିର କବର ମଧ୍ୟରୁ ଉଠାଇ ଆଣିଲେ। ସେ ମୋତେ ଟେକି ଧରିଲେ। ମୋତେ, ମୋର ପାଦ ତଳକୁ ଖସିଯିବା ପୂର୍ବରୁ ଶକ୍ତ ଭୂମିରେ ସ୍ଥାପନ କଲେ।

3 ସଦାପ୍ରଭୁ ମୋ’ ମୁଖରେ ଏକ ନୂତନ ଗୀତ ଉଚ୍ଚାରଣ କଲେ। ସେହି ଗୀତଟି ପରମେଶ୍ୱରଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ଥିଲା। ଅନେକ ଲୋକ ଦେଖିବେ ମୋ’ ପ୍ରତି ଯାହାସବୁ ଘଟିଗଲା, ଯାହା ଫଳରେ ସେମାନେ ପରମେଶ୍ୱରଙ୍କୁ ଉପାସନା କରିବେ। ସେମାନେ ସଦାପ୍ରଭୁଙ୍କୁ ବିଶ୍ୱାସ କରିବେ।

4 ଯଦି ଜଣେ ସଦାପ୍ରଭୁଙ୍କୁ ବିଶ୍ୱାସ କରେ, ସେହି ବ୍ୟକ୍ତିଟି ପ୍ରକୃତରେ ସୁଖୀ ହୁଏ। ଜଣେ ବ୍ୟକ୍ତି ପ୍ରକୃତରେ ଖୁସୀରେ ରହେ, ଯଦି ସେ ପ୍ରେତମାନଙ୍କୁ କିଅବା ମିଥ୍ୟା ଦେବତାମାନଙ୍କୁ ଆଦର କରି ନ ଥାଏ।

5 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ଅନେକ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଛ। ତୁମ୍ଭେ ଆମ୍ଭମାନଙ୍କ ପାଇଁ ଅନେକ ଆଶ୍ଚର୍ଯ୍ୟ ଯୋଜନାମାନ ରଖିଛ। କୌଣସି ବ୍ୟକ୍ତି ତାହା କେବେ ଗଣି ପାରିବ ନାହିଁ। ମୁଁ ବାରମ୍ବାର ସେହିସବୁ କଥା କହିବି ଯାହାକୁ ଗଣିବା ଅସମ୍ଭବ।

6 ହେ ସଦାପ୍ରଭୁ, ତୁମ୍ଭେ ମୋତେ ଏହାକୁ ବୁଝିବାକୁ ସକ୍ଷମ କରିଛ। ତୁମ୍ଭେ ବଳିଦାନ ଓ ଶସ୍ୟ ନୈବେଦ୍ୟରେ ସନ୍ତୋଷ ନାହଁ, ତୁମ୍ଭେ ପ୍ରକୃତରେ ହୋମବଳି ଓ ପାପାର୍ଥକ ବଳି ଗ୍ଭହଁ ନାହିଁ।

7 ତେଣୁ ମୁଁ କହିଲି, “ମୁଁ ଉପସ୍ଥିତ ଅଛି, ମୋତେ ତୁମ୍ଭେ ନିଅ। ଏହା ମୋ’ ବିଷୟରେ ପୁସ୍ତକରେ ଲେଖାଯାଇଛି।

8 ହେ ମୋର ପରମେଶ୍ୱର, ତୁମ୍ଭେ ଯାହା ଗ୍ଭହୁଁଛ, ମୁଁ ତାହା କରିବାକୁ ଗ୍ଭହୁଁଛି। ତୁମ୍ଭର ନୀତିଶିକ୍ଷା ମୋ’ ହୃଦୟରେ ଅଛି।

9 ମୁଁ ମହାସଭାରେ ତୁମ୍ଭର ବିଜୟବାର୍ତ୍ତା ପ୍ରଗ୍ଭର କରିଅଛି। ହେ ସଦାପ୍ରଭୁ, ତାହା ତୁମ୍ଭେ ଜାଣ, ମୁଁ ଏହି ଶୁଭ ଖବର ପ୍ରଗ୍ଭରରୁ କେବେହେଲେ ବିରତ ରହିବି ନାହିଁ।

10 ହେ ସଦାପ୍ରଭୁ, ତୁମ୍ଭେ ଯେଉଁସବୁ ମଙ୍ଗଳ କାର୍ଯ୍ୟ କରିଛ। ସେସବୁକୁ ମୁଁ ମୋର ହୃଦୟରେ ଗୋପନ କରି ନାହିଁ। ହେ ସଦାପ୍ରଭୁ, ମୋ’ ଲୋକମାନେ ତୁମ୍ଭ ଉପରେ ନିର୍ଭର କଲେ ତୁମ୍ଭେ ସେମାନଙ୍କୁ ଉଦ୍ଧାର କରିବ ବୋଲି ପ୍ରଗ୍ଭର କରିଅଛି। ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ମହାସମାଜରୁ ଲୋକମାନଙ୍କଠାରୁ ଲୁଗ୍ଭଇ ରଖି ନାହିଁ।

11 ତେଣୁ ହେ ସଦାପ୍ରଭୁ, ତୁମ୍ଭର ଦୟାକୁ ମୋ'ଠାରେ ଲୁଗ୍ଭଅ ନାହିଁ। ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ସର୍ବଦା ମୋତେ ରକ୍ଷା କରୁ।”

12 ଦୁଷ୍ଟ ଲୋକମାନେ ମୋ’ ଗ୍ଭରିକଡ଼ରେ ଘେରି ରହିଛନ୍ତି। ସେମାନେ ଅନେକ ଯାହାକି ଗଣିବା କଷ୍ଟକର। ମୋ’ ପାପ ମୋତେ ଧରାଇ ଦେଇଛି, ତେଣୁ ମୁଁ ମୋର ପାପରୁ ଉଦ୍ଧାର ପାଇପାରିବି ନାହିଁ। ମୋର ପାପଗୁଡ଼ିକ ମସ୍ତକରେ ଥିବା କେଶ ସଂଖ୍ୟାଠାରୁ ଅଧିକ ଓ ମୋର ହୃଦୟ ମୋତେ ପରିତ୍ୟାଗ କରିଅଛି।

13 ହେ ସଦାପ୍ରଭୁ, ଅନୁଗ୍ରହ କରି ମୋତେ ଉଦ୍ଧାର କର। ହେ ସଦାପ୍ରଭୁ, ଶୀଘ୍ର ଆସ ଓ ମୋତେ ସାହାଯ୍ୟ କର।

14 ସେହି ଦୁଷ୍ଟ ଲୋକମାନେ ମୋ’ ପ୍ରାଣ ନାଶ ପାଇଁ ଉଦ୍ୟମ କରୁଛନ୍ତି। ହେ ସଦାପ୍ରଭୁ, ସେହି ଲୋକମାନଙ୍କୁ ଲଜ୍ଜିତ କରି ସେମାନଙ୍କୁ ନିରାଶ କର। ମୋ’ କ୍ଷତରେ ସନ୍ତୁଷ୍ଟଲୋକ ଲଜ୍ଜିତ ହୁଅନ୍ତୁ।

15 ସେହି ଦୁଷ୍ଟ ଲୋକମାନେ ମୋତେ ପରିହାସ କରିଛନ୍ତି। ସେମାନେ କଥାବାର୍ତ୍ତା କରିବାକୁ ବେଶି ଲଜ୍ଜିତ।

16 କିନ୍ତୁ ଯେଉଁ ଲୋକମାନେ ତୁମ୍ଭ ନିକଟକୁ ଆସନ୍ତି, ସେମାନେ ଖୁସୀ ଓ ଆନନ୍ଦିତ ହୁଅନ୍ତି। ସେମାନଙ୍କର ତୁମ୍ଭର ସେବାରେ ହିଁ ଆନନ୍ଦ କରନ୍ତି। ତେଣୁ ସେମାନେ ସର୍ବଦା ତୁମ୍ଭକୁ କୁହନ୍ତି, “ସଦାପ୍ରଭୁ ମହାନ।”

17 ହେ ସଦାପ୍ରଭୁ, ମୁଁ ଜଣେ ଗରିବ ଓ ଅସହାୟ ଲୋକ ଅଟେ। ହେ ମୋର ପରମେଶ୍ୱର, ଆଉ ବିଳମ୍ବ କର ନାହିଁ। ମୋତେ ସାହାଯ୍ୟ କର ଓ ମୋତେ ଉଦ୍ଧାର କର।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan