Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 5 - ପବିତ୍ର ବାଇବଲ


ପ୍ରଧାନ ବୀଣା ବାଦକଙ୍କ ଉଦ୍ଦେଶ୍ୟରେ ଦାଉଦଙ୍କର ଗୀତ।

1 ହେ ସଦାପ୍ରଭୁ, ମୋର କଥା ଶୁଣନ୍ତୁ। ବୁଝିବାକୁ ଚେଷ୍ଟା କରନ୍ତୁ ମୁଁ କ’ଣ କରିବାକୁ ଗ୍ଭହୁଁଛି।

2 ହେ ମୋର ପରମେଶ୍ୱର ଓ ରାଜା, ମୋର ପ୍ରାର୍ଥନା ଶୁଣ।

3 ପ୍ରତିଦିନ ସକାଳେ ହେ ସଦାପ୍ରଭୁ, ମୋର ରବ ଶୁଣ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ଆପଣା ପ୍ରାର୍ଥନା ସଜାଏ ଏବଂ ପ୍ରତିଦିନ ସକାଳେ ତୁମ୍ଭେ ମୋର ପ୍ରାର୍ଥନା ଶୁଣ।

4 ହେ ପରମେଶ୍ୱର, ତୁମ୍ଭେ କେବେ ମନ୍ଦକାର୍ଯ୍ୟ ପସନ୍ଦ କର ନାହିଁ। କାରଣ ମନ୍ଦକାର୍ଯ୍ୟ ସହ ତୁମ୍ଭର କୌଣସି ସମ୍ପର୍କ ନାହିଁ।

5 ଗର୍ବୀମାନେ କେବେ ତୁମ୍ଭ ନିକଟକୁ ଆସି ପାରିବେ ନାହିଁ। ଯେଉଁମାନେ ମନ୍ଦକାର୍ଯ୍ୟ କରନ୍ତି ତୁମ୍ଭେ ସେମାନଙ୍କୁ ଘୃଣା କର।

6 ଯେଉଁମାନେ ମିଥ୍ୟା କହନ୍ତି, ତୁମ୍ଭେ ସେମାନଙ୍କୁ ବିନାଶ କରିବ। ତୁମ୍ଭେ ସେହି ଲୋକମାନଙ୍କୁ ଘୃଣା କର, ଯେଉଁମାନେ ଅନ୍ୟ ଲୋକମାନଙ୍କୁ ଆଘାତ କରିବାକୁ ଗୋପନରେ ଷଡ଼ଯନ୍ତ୍ର କରନ୍ତି।

7 କିନ୍ତୁ ସଦାପ୍ରଭୁ ତୁମ୍ଭର ଅସୀମ କରୁଣା ଯୋଗୁଁ, ମୁଁ ନିଶ୍ଚୟ ତୁମ୍ଭ ପବିତ୍ର ମନ୍ଦିରରେ ପହଞ୍ଚିବି। ମୁଁ ନତମସ୍ତକରେ ତୁମ୍ଭର ସେହି ପବିତ୍ର ମନ୍ଦିରରେ ତୁମ୍ଭକୁ ଭୟ ଭକ୍ତି ଓ ସମ୍ମାନର ସହିତ ଉପାସନା କରିବି।

8 ହେ ସଦାପ୍ରଭୁ, ମୋତେ ତୁମ୍ଭର ଧର୍ମ ପଥରେ ପ୍ରଦର୍ଶନ କର। ଲୋକମାନେ ମୋର ଦୁର୍ବଳତାକୁ ଗ୍ଭହିଁ ବସିଛନ୍ତି। ତେଣୁ ମୋତେ ଉଚିତ୍ ମାର୍ଗ ପ୍ରଦର୍ଶନ କରି ଧର୍ମ ପଥରେ କଢ଼ାଇ ନିଅ, ଓ ମୋର ପଥକୁ ସରଳ କର।

9 ସେହି ଲୋକମାନେ କେବେ ସତ୍ୟ କଥା କହନ୍ତି ନାହିଁ। ସେମାନେ ସବୁ ମିଥ୍ୟାବାଦୀ, ସତ୍ୟକୁ ଗୋପନ ରଖନ୍ତି। ସେମାନଙ୍କର ପାଟି ଏକ କବର ସ୍ୱରୂପ ଓ ସେମାନଙ୍କ ଉଦ୍ଦେଶ୍ୟ ହେଲା ଅନ୍ୟ ଲୋକଙ୍କୁ ଫାନ୍ଦରେ ପକାଇବା, ସେମାନେ ଅନାବୃତ ମଧୁର କଥା କହି ଲୋକଙ୍କୁ ବିପଥଗାମୀ କରନ୍ତି।

10 ହେ ପରମେଶ୍ୱର, ସେମାନଙ୍କୁ ଶାସ୍ତି ଦିଅ। ସେମାନେ ବାନ୍ଧିଥିବା ଫାଶରେ ସେମାନଙ୍କୁ ପକାଇ ଦିଅ। ସେମାନେ ତୁମ୍ଭର ବିରୁଦ୍ଧାଚରଣ କରିଛନ୍ତି, ତେଣୁ ସେମାନଙ୍କର ଅନେକ ଅପରାଧ ପାଇଁ ସେମାନଙ୍କୁ ଶାସ୍ତି ବିଧାନ କର।

11 କିନ୍ତୁ ଯେଉଁମାନେ ପରମେଶ୍ୱରଙ୍କ ଉପରେ ବିଶ୍ୱାସ ରଖନ୍ତି, ସେମାନେ ସୁଖରେ ରୁହନ୍ତି ଏବଂ ସେମାନେ ଚିରଦିନ ପାଇଁ ସୁଖରେ ରୁହନ୍ତି। ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କୁ ରକ୍ଷା କର ଏବଂ ଯେଉଁମାନେ ତୁମ୍ଭର ନାମର ପ୍ରଶଂସା କରନ୍ତି, ସେମାନଙ୍କୁ ଅଧିକ ଶକ୍ତି ପ୍ରଦାନ କର।

12 ହେ ସଦାପ୍ରଭୁ ଯେତେବେଳେ ତୁମ୍ଭେ ଧାର୍ମିକ ଲୋକମାନଙ୍କୁ ଆନନ୍ଦ ପ୍ରଦାନ କର, ତୁମ୍ଭେ ସେମାନଙ୍କୁ ବିରାଟ ଢାଲ ସଦୃଶ ସମସ୍ତ କୁକାର୍ଯ୍ୟରୁ ରକ୍ଷା କର।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan