Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 52 - ପବିତ୍ର ବାଇବଲ


ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍, “ଦାଉଦ ଅହୀମେଲକର ଗୃହରେ ଅଛନ୍ତି” ବୋଲି ଇଦୋମୀୟ ଦୋୟେଗ୍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ।

1 ହେ ଶ୍ରେଷ୍ଠ ମାନବ, ତୁମ୍ଭେ କରୁଥିବା ଅନିଷ୍ଟ କର୍ମରେ ବଡ଼ିମା ହେଉଛି କାହିଁକି? ପରମେଶ୍ୱରଙ୍କ ବିଶ୍ୱସ୍ତ ପ୍ରେମ ମୋତେ ଦିନ ତମାମ ସୁରକ୍ଷା କରିବ।

2 ତୁମ୍ଭେ ଲୋକମାନଙ୍କୁ ଧ୍ୱଂସ କରିବାକୁ ଚକ୍ରାନ୍ତ କରୁଅଛ। ତୁମ୍ଭର ଜିହ୍ୱା କ୍ଷୁରତୁଲ୍ୟ ତୀ‌କ୍ଷ୍‌ଣ। ତୁମ୍ଭେ ମିଥ୍ୟା କହୁଛ ଏବଂ ଲୋକମାନଙ୍କୁ ଠକିବା ପାଇଁ ଚେଷ୍ଟା କରୁଛ!

3 ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଅଧିକ ଭଲ ପାଉଛ। ତୁମ୍ଭେ ସତ କହିବା ଅପେକ୍ଷା, ମିଥ୍ୟା କହିବାକୁ ଅଧିକ ଭଲ ପାଉଛ। ସେଲା

4 ତୁମ୍ଭେ ଲୋକମାନଙ୍କୁ ଆଘାତ ଦେଉଥିବା ଶବ୍ଦକୁ ଓ ପ୍ରତାରଣା କରୁଥିବା ଜିହ୍ୱାକୁ ଭଲ ପାଉଛ।

5 ଏଣୁ ପରମେଶ୍ୱର ଚିରଦିନ ପାଇଁ ତୁମ୍ଭକୁ ଧ୍ୱଂସ କରିବେ। ସେ ତୁମ୍ଭକୁ ହଠାତ୍ ମାଡ଼ିବସିବେ ଏବଂ ତୁମ୍ଭକୁ ତୁମ୍ଭର ଘରୁ ଟାଣି ଆଣିବେ। ସେ ତୁମ୍ଭକୁ ସଜୀବ ପୃଥିବୀରୁ ଉତ୍ପାଟନ କରିବେ। ସେଲା

6 ଧାର୍ମିକ ଲୋକମାନେ ତାହା ଦେଖି ବିସ୍ମିତ ହେବେ। ସେମାନେ ତୁମ୍ଭକୁ ପରିହାସ କରି କହିବେ।

7 “ଦେଖ, ତାଙ୍କୁ କ’ଣ ହେଲା। ସେ ରକ୍ଷା ପାଇବା ପାଇଁ ପରମେଶ୍ୱରଙ୍କୁ ବିଶ୍ୱାସ କଲା ନାହିଁ। ସେ ଭାବିଲା, ତା'ର ଧନ ଏବଂ ମିଥ୍ୟା ତାକୁ ଉଦ୍ଧାର କରିବ।”

8 କିନ୍ତୁ ମୁଁ ପରମେଶ୍ୱରଙ୍କ ମନ୍ଦିରରେ ବଢ଼ୁଥିବା ଏକ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ପ୍ରେମରେ ବିଶ୍ୱାସ କରେ।

9 ପରମେଶ୍ୱର, ତୁମ୍ଭେ କରିଥିବା କାମ ପାଇଁ ମୁଁ ତୁମ୍ଭକୁ ସର୍ବଦା ପ୍ରଶଂସା କରିବି। ମୁଁ ତୁମ୍ଭ ରାଜ ଭକ୍ତମାନଙ୍କ ଉପସ୍ଥିତିରେ ତୁମ୍ଭର ନାମର ଘୋଷଣା କରିବି, କାରଣ ତୁମ୍ଭେ ଉତ୍ତମ ଅଟ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan