Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 53 - ପବିତ୍ର ବାଇବଲ


ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ସ୍ୱରରେ ଦାଉଦଙ୍କ ମସ୍କୀଲ୍।

1 କେବଳ ନିର୍ବୋଧଗଣ ଭାବନ୍ତି, ପରମେଶ୍ୱର ନାହାନ୍ତି। ସେମାନେ ଦୁର୍ନିତୀଗ୍ରସ୍ତ ଓ ସେମାନଙ୍କର କୁକର୍ମଗୁଡ଼ିକ ଭୟଙ୍କର, ଓ ସେମାନଙ୍କ ମଧ୍ୟରୁ କେହି ଭଲକାମ କରନ୍ତି ନାହିଁ।

2 ପରମେଶ୍ୱର ସ୍ୱର୍ଗରୁ ସମସ୍ତ ମନୁଷ୍ୟ ସମାଜକୁ ନିରୀକ୍ଷଣ କରନ୍ତି। ସେ ଲକ୍ଷ୍ୟ କରନ୍ତି, ଯଦି କେହି ଜ୍ଞାନୀ ବ୍ୟକ୍ତି ପରମେଶ୍ୱରଙ୍କୁ ଅନ୍ୱେଷଣ କରେ।

3 ସେମାନଙ୍କର ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କଠାରୁ ବିମୁଖ ହୋଇଛନ୍ତି। ସେ ସମସ୍ତେ ଅଶୁଚି ହୋଇଛନ୍ତି। କୌଣସି ଲୋକ ସେମାନଙ୍କ ମଧ୍ୟରୁ ସୁକର୍ମ କରି ନାହାନ୍ତି। ନାଁ, ଜଣେ କେହି ନାହିଁ!

4 ପରମେଶ୍ୱର କହନ୍ତି, “ଦୁଷ୍ଟମାନେ କିଛି ବୁଝନ୍ତି ନାହିଁ? ଅଧର୍ମାଗ୍ଭରୀମାନେ ଖାଦ୍ୟଗ୍ରାସ କଲାପରି ମୋ’ ଲୋକମାନଙ୍କୁ ଗ୍ରାସ କରୁଛନ୍ତି ଏବଂ ସେମାନେ ମୋତେ ପ୍ରାର୍ଥନା କରନ୍ତି ନାହିଁ।”

5 କିନ୍ତୁ ସେହି ଅଧର୍ମାଗ୍ଭରୀ ଲୋକମାନେ ଭୟଭୀତ ହେବେ। ଏପରି ସେମାନେ ପୂର୍ବରୁ କେବେ ଭୟଭୀତ ହୋଇ ନ ଥିବେ। ଇସ୍ରାଏଲ, ସେହି ଦୁଷ୍ଟ ଲୋକମାନେ ତୁମ୍ଭକୁ ଆକ୍ରମଣ କରନ୍ତି। କିନ୍ତୁ ପରମେଶ୍ୱର ସେମାନଙ୍କୁ ପରିତ୍ୟାଗ କରିଛନ୍ତି। ତୁମ୍ଭେମାନେ ସେମାନଙ୍କୁ ପରାସ୍ତ କରିବ ଏବଂ ପରମେଶ୍ୱର ସେମାନଙ୍କର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇବେ।

6 ମୁଁ ଇଚ୍ଛାକରେ, ସେହି ବିଜୟ ସିୟୋନ ପର୍ବତରୁ ଇସ୍ରାଏଲକୁ ଆସନ୍ତା କି! ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ପୁଣି ଥରେ ବନ୍ଦୀତ୍ୱରୁ ଆଣିବେ, ସେତେବେଳେ ଯାକୁବ ଆନନ୍ଦିତ ହେବେ ଏବଂ ଇସ୍ରାଏଲ ଉଲ୍ଲସିତ ହେବେ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan