Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 61 - ପବିତ୍ର ବାଇବଲ


ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ଏକ ଗୀତ।

1 ପରମେଶ୍ୱର, ସାହାଯ୍ୟ ପାଇଁ ମୋର କ୍ରନ୍ଦନ ଶୁଣ। ମୋର ପ୍ରାର୍ଥନାରେ ମନୋଯୋଗ କର।

2 ମୁଁ ଯେତେବେଳେ ଭୟଭୀତ ହୁଏ, ପୃଥିବୀର ଶେଷ ପ୍ରାନ୍ତରୁ ମୁଁ ତୁମ୍ଭକୁ ଡାକେ। ତୁମ୍ଭେ ମୋତେ ଉଚ୍ଚସ୍ଥାନରେ ଥିବା ନିରାପଦ ସ୍ଥାନକୁ ନେଇଯାଅ।

3 ତୁମ୍ଭେ ମୋର ନିରାପଦ ଆଶ୍ରୟସ୍ଥଳୀ! ମୋର ଶତ୍ରୁମାନଙ୍କ କବଳରୁ ରକ୍ଷା କରୁଥିବା ତୁମ୍ଭେ ହିଁ ମୋର ଉଚ୍ଚ ଦୁର୍ଗ।

4 ମୁଁ ଚିରଦିନ ତୁମ୍ଭ ତମ୍ବୁରେ ବାସ କରିବାକୁ ଗ୍ଭହେଁ। ମୁଁ ତୁମ୍ଭ ପକ୍ଷର ଛାୟାରେ ଆଶ୍ରୟ ନେବି। ସେଲା

5 ହେ ପରମେଶ୍ୱର, ତୁମ୍ଭେ ଶୁଣିଛ ମୁଁ ତୁମ୍ଭକୁ କ’ଣ ଦେବା ପାଇଁ ପ୍ରତିଜ୍ଞା କରିଛି। ଯେଉଁମାନେ ତୁମ୍ଭକୁ ସମ୍ମାନ କରନ୍ତି, ସେମାନଙ୍କୁ ସର୍ବଦା ତୁମ୍ଭେ ଯାହା ଦିଅ, ତାହା ତୁମ୍ଭେ ମୋତେ ଦେଲ।

6 ତୁମ୍ଭେ ରାଜାଙ୍କୁ ଦୀର୍ଘ ଜୀବନ ପ୍ରଦାନ କର। ତାଙ୍କୁ ଚିରଦିନ ପାଇଁ ବଞ୍ଚିବାକୁ ଦିଅ।

7 ସେ ପରମେଶ୍ୱରଙ୍କ ଆଶୀର୍ବାଦରେ ଚିରଦିନ ବାସ କରିବେ। ଆପଣାର ସତ୍ୟତା ଓ ସ୍ନେହପୂର୍ଣ୍ଣ କରୁଣାନୁସାରେ ତାଙ୍କୁ ରକ୍ଷା କର।

8 ଏବଂ ମୁଁ ସର୍ବଦା ତୁମ୍ଭ ନାମର ପ୍ରଶଂସା ଗାନ କରିବି ଓ ପ୍ରତ୍ୟେକ ଦିନ, ମୁଁ ମୋର ପ୍ରତିଜ୍ଞା ପାଳନ କରିବି।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan