ଗୀତସଂହିତା 64 - ପବିତ୍ର ବାଇବଲପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। 1 ହେ ପରମେଶ୍ୱର, ମୋହର ଅଭିଯୋଗ ଶୁଣ। ମୋ’ ଶତ୍ରୁମାନେ ମୋତେ ଭୟଭୀତ କରିଛନ୍ତି। ସେମାନଙ୍କଠାରୁ ମୋର ଜୀବନ ରକ୍ଷା କର। 2 ମୋ’ ଶତ୍ରୁମାନଙ୍କର ଗୁପ୍ତମନ୍ତ୍ରଣାରୁ ମୋତେ ରକ୍ଷା କର। ଦୁଷ୍ଟ ଲୋକମାନଙ୍କ ଦଳଠାରୁ ତୁମ୍ଭେ ମୋତେ ଲୁଗ୍ଭଇ ରଖ। 3 ସେମାନେ ସେମାନଙ୍କର ଜିହ୍ୱାକୁ କ୍ଷୁରପରି ଶାଣିତ କରନ୍ତି, ସେମାନେ ସେମାନଙ୍କର ବିଷାକ୍ତ ଶବ୍ଦଗୁଡ଼ିକ ତୀର ତୁଲ୍ୟ ନିକ୍ଷେପ କରନ୍ତି। 4 ହଠାତ୍ ସେମାନଙ୍କର ଲୁଚିବା ସ୍ଥାନରୁ ସେମାନେ ସେମାନଙ୍କର ତୀରଗୁଡ଼ିକ ଉତ୍ତମ ନିଷ୍ଠାପର ଲୋକମାନଙ୍କ ଉପରକୁ ବିନା ଭୟରେ ନିକ୍ଷେପ କରନ୍ତି। 5 ସେମାନେ ଭୁଲ୍ କରିବା ପାଇଁ ପରସ୍ପରକୁ ଉତ୍ସାହିତ କରନ୍ତି। ସେମାନେ ଏହା କହି ଫାନ୍ଦ ବସାଇବା ବିଷୟରେ କଥାବାର୍ତ୍ତା ହୁଅନ୍ତି, “କେହି ଏଠାରେ ସେମାନଙ୍କୁ ଦେଖି ପାରିବେ ନାହିଁ।” 6 କେହି ଆମ୍ଭର ଦୋଷକୁ ଆବିଷ୍କାର କରିବେ ନାହିଁ। ଆମ୍ଭମାନଙ୍କର ସମ୍ପୂର୍ଣ୍ଣ ଯୋଜନା ଅଛି।” ଲୋକମାନେ ବହୁତ କୁଟିଳ ଏବଂ ବୁଝିବା ବହୁତ କଷ୍ଟ। 7 କିନ୍ତୁ ହଠାତ୍ ପରମେଶ୍ୱର ତାଙ୍କର ‘ତୀର’ ନିକ୍ଷେପ କରିବେ ଏବଂ ଦୁଷ୍ଟମାନେ ଆଘାତ ହେବେ। 8 ସେମାନଙ୍କ ନିଜ ଜିହ୍ୱା ସେମାନଙ୍କୁ ଧ୍ୱଂସର ବିଷୟ ଆଣିବ। ସେମାନଙ୍କୁ ଯିଏ ଦେଖିବେ ସେମାନେ ଦୁଃଖରେ ମୁଣ୍ଡ ହଲାଇବେ। 9 ତା'ହେଲେ ପ୍ରତ୍ୟେକ ବ୍ୟକ୍ତି ଭୟଭୀତ ହେବେ। ସେମାନେ ପରମେଶ୍ୱରଙ୍କର କାର୍ଯ୍ୟ ବିଷୟରେ କହିବେ ଏବଂ ସେ ଯାହା କରିଛନ୍ତି ସେମାନେ ତାହା ଶିକ୍ଷା କରିବେ। 10 ଧାର୍ମିକ ଲୋକମାନେ ସଦାପ୍ରଭୁଙ୍କ ସେବାରେ ଆନନ୍ଦ କରିବେ। ସେମାନେ ତାହାଙ୍କର ଶରଣାଗତ ହେବେ। ପୁଣି ସମସ୍ତ ସଜ୍ଜନମାନେ, ସଦାପ୍ରଭୁଙ୍କର ପ୍ରଶଂସା କରିବେ। |
Odia Holy Bible: Easy-to-Read Version (OERV)
@ 2004 Bible League International
Bible League International