Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 67 - ପବିତ୍ର ବାଇବଲ


ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ।

1 ହେ ପରମେଶ୍ୱର, ଆମ୍ଭମାନଙ୍କ ଉପରେ ଦୟା କରନ୍ତୁ, ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ଦୟାକରି ଆମ୍ଭମାନଙ୍କ ଉପରେ ଆପଣା ମୁଖ ପ୍ରସନ୍ନ କରନ୍ତୁ। ସେଲା

2 ତା'ପରେ ପୃଥିବୀର ଲୋକେ ତୁମ୍ଭ ବିଷୟରେ ଜାଣିବେ ଏବଂ ସମସ୍ତ ଜାତିଗଣ ତୁମ୍ଭର ଲୋକମାନଙ୍କୁ ରକ୍ଷା କରିବାର ତୁମ୍ଭର ଶକ୍ତିର କ୍ଷମତା ଜାଣିବେ।

3 ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ। ସମସ୍ତ ଲୋକମାନେ ତୁମ୍ଭର ପ୍ରଶଂସା କରନ୍ତୁ।

4 ଜାତିଗଣ ଖୁସୀ ହୁଅ ଓ ଆନନ୍ଦରେ ଜୟଗାନ କର, କାରଣ ତୁମ୍ଭେ ଲୋକମାନଙ୍କୁ ପରଖିବାରେ ସକ୍ଷମ ଅଟ ଓ ତୁମ୍ଭେ ପୃଥିବୀରେ ରାଷ୍ଟ୍ରମାନଙ୍କୁ ଆଗେଇ ନିଅ। ସେଲା

5 ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ। ସମସ୍ତ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।

6 ଭୂମି ତା'ର ଫସଲ ଦିଏ। ହେ ପରମେଶ୍ୱର, ଆମ୍ଭର ପରମେଶ୍ୱର, ଆମ୍ଭକୁ ଆଶୀର୍ବାଦ କରିବା ଗ୍ଭଲୁ ରଖ।

7 ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ପୃଥିବୀର ସମସ୍ତ ଲୋକ ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରନ୍ତୁ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan