Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 72 - ପବିତ୍ର ବାଇବଲ


ଶଲୋମନଙ୍କର ଗୀତ।

1 ହେ ପରମେଶ୍ୱର, ରାଜାଙ୍କୁ ସାହାଯ୍ୟ କର, ଯାହା ଫଳରେ ସେ ତୁମ୍ଭ ପରି ବିବେକବାନ ନ୍ୟାୟ ପ୍ରଦାନ କରିବେ। ତୁମ୍ଭର ନ୍ୟାୟ ପରାୟଣ ରାଜପୁତ୍ରମାନଙ୍କୁ ଦିଅ।

2 ରାଜାଙ୍କୁ ସାହାଯ୍ୟ କର, ଯେପରି ସେ ତୁମ୍ଭର ଲୋକମାନଙ୍କୁ ସୁବିଗ୍ଭର ଦେଇ ପାରିବ। ତାଙ୍କୁ ସାହାଯ୍ୟ କର, ଯେପରି ସେ ଗରିବ ଲୋକମାନଙ୍କୁ ଉଚିତ୍ ବ୍ୟବହାର କରିବ।

3 ପର୍ବତ ଏବଂ ପାହାଡ଼ଗୁଡ଼ିକ ଶାନ୍ତି ଏବଂ ନ୍ୟାୟପୂର୍ଣ୍ଣ ବିଗ୍ଭର କରନ୍ତୁ।

4 ରାଜା ଦୀନହୀନ ଲୋକମାନଙ୍କ ପ୍ରତି ନ୍ୟାୟକାରୀ ରୁହନ୍ତୁ। ସେ ଅସହାୟ ଲୋକମାନଙ୍କୁ ସହାୟତା କରନ୍ତୁ। ସେ ଏମାନଙ୍କ ଉପରେ ଉପଦ୍ରବ କରୁଥିବା ଲୋକମାନଙ୍କୁ ଦଣ୍ଡିତ କରନ୍ତୁ।

5 ମୁଁ ଆଶା କରେ ସୂର୍ଯ୍ୟ ଓ ଚନ୍ଦ୍ର ଆକାଶରେ ଥିବା ପର୍ଯ୍ୟନ୍ତ ଲୋକମାନେ ତୁମ୍ଭକୁ ପୁରୁଷାନୁକ୍ରମେ ଭୟ କରିବେ।

6 ଭୂମିରେ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଜଳଧାରା ତୁଲ୍ୟ ତୁମ୍ଭେ ରାଜାଙ୍କୁ ସହାୟ ହୁଅ। କ୍ଷେତ୍ରରେ ପଡ଼ୁଥିବା ଜଳଧାରା ହେବା ପାଇଁ ତାଙ୍କୁ ସାହାଯ୍ୟ କର।

7 ଯେପର୍ଯ୍ୟନ୍ତ ରାଜା ଅଛନ୍ତି, ଧାର୍ମିକତା ବୃଦ୍ଧି ହେଉ। ଚନ୍ଦ୍ର ଲୁପ୍ତ ନ ହେବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ସ୍ଥାପିତ ହେଉ।

8 ତାଙ୍କର ରାଜ୍ୟ ସମୁଦ୍ରରୁ ସମୁଦ୍ର ପର୍ଯ୍ୟନ୍ତ ଏବଂ ଫରାତ୍ ନଦୀଠାରୁ ଶେଷ ଧରଣୀକୁ ବ୍ୟାପି ଯାଉ।

9 ମରୁଭୂମିରେ ବାସ କରୁଥିବା ଲୋକମାନେ ତାଙ୍କ ସମ୍ମୁଖରେ ନତ ହେବେ। ତାହାଙ୍କ ଶତ୍ରୁଗଣ ଅଧୋମୁଖ ହୋଇ ନତ ମସ୍ତକ ହେବେ।

10 ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ। ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭେଟି ଆଣନ୍ତୁ।

11 ହଁ ସବୁ ରାଜାଗଣ ଆମ୍ଭ ରାଜାଙ୍କ ସମ୍ମୁଖରେ ନତ ମସ୍ତକ ହୁଅନ୍ତୁ। ସବୁ ଜାତିଗଣର ଲୋକମାନେ ତାଙ୍କର ସେବା କରନ୍ତୁ।

12 ଆମ୍ଭର ରାଜା ସାହାଯ୍ୟ କରନ୍ତି, ଯେଉଁମାନେ ତାଙ୍କୁ ଡାକନ୍ତି, ସେ ଗରିବ ଏବଂ ନିଃସହାୟମାନଙ୍କୁ ରକ୍ଷା କରନ୍ତି।

13 ଦରିଦ୍ର ଓ ନିଃସହାୟ ଲୋକମାନଙ୍କର ସେ ଯତ୍ନ ନିଅନ୍ତି। ରାଜା ସେମାନଙ୍କୁ ଜୀବିତ ରଖନ୍ତି।

14 ଆମ୍ଭ ରାଜା ସେମାନଙ୍କୁ ଦୁଷ୍ଟ ଲୋକମାନଙ୍କଠାରୁ ରକ୍ଷା କରିବେ ଯେଉଁମାନେ କି ସେମାନଙ୍କୁ ଦୁଃଖ ଦେବା ପାଇଁ ଗ୍ଭହୁଁଛନ୍ତି। ରାଜାଙ୍କ ପାଇଁ ସେଇ ଦରିଦ୍ର ଲୋକମାନଙ୍କର ଜୀବନ ବହୁତ ମହତ୍ତ୍ୱପୂର୍ଣ୍ଣ ଅଟେ।

15 ରାଜା ଦୀର୍ଘଜୀବୀ ହୁଅନ୍ତୁ ଏବଂ ତାଙ୍କୁ ଶିବାର ସ୍ୱର୍ଣ୍ଣ ହସ୍ତଗତ ହେଉ। ଲୋକମାନେ ରାଜାଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରନ୍ତୁ ଏବଂ ତାଙ୍କୁ ସର୍ବଦା ଆଶୀର୍ବାଦ ଦିଅନ୍ତୁ।

16 କ୍ଷେତରେ ପ୍ରଚୁର ପରିମାଣର ଫସଲ ହେଉ। ପର୍ବତଗୁଡ଼ିକ ମଧ୍ୟ ଫସଲରେ ପୂର୍ଣ୍ଣ ହୋଇ ଲିବାନୋନ୍ କ୍ଷେତ ତୁଲ୍ୟ ଉର୍ବର ହେଉ। କ୍ଷେତଗୁଡ଼ିକ ତୃଣରେ ପୂର୍ଣ୍ଣ ହେଲା ପରି ନଗରଗୁଡ଼ିକ ଜନ ଗହଳିରେ ପୂର୍ଣ୍ଣ ହେଉ।

17 ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ। ଆକାଶରେ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ। ସମସ୍ତ ପ୍ରଜା ତାଙ୍କ ଯୋଗୁଁ ଆଶୀର୍ବାଦ ପାଆନ୍ତୁ ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।

18 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି। ଅନନ୍ତର ପରମେଶ୍ୱରଙ୍କର ଗୁଣଗାନ କର। କେବଳ ପରମେଶ୍ୱର ହିଁ ଏହିପରି ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରନ୍ତି।

19 ତାଙ୍କର ଗୌରବାନ୍ୱିତ ନାମର ମହିମା ଅନନ୍ତକାଳ ପର୍ଯ୍ୟନ୍ତ ଗାନ କର। ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ! ଆମେନ୍, ଆମେନ୍।

20 ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନା ସବୁ ଏଠାରେ ଶେଷ ହୁଏ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan