Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 75 - ପବିତ୍ର ବାଇବଲ


ପ୍ରଧାନ ବାଦ୍ୟକର ନିମନ୍ତେ ଏକ ଗୀତ। “ନଷ୍ଟ କର ନାହିଁ” ସ୍ୱରରେ ଆସଫର ଗୀତ।

1 ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ପ୍ରଶଂସା କରୁଛୁ। ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ କରୁଛୁ! କାରଣ ତୁମ୍ଭେ ଅତି ନିକଟବର୍ତ୍ତୀ; ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟା ସକଳ ବର୍ଣ୍ଣନା କରନ୍ତି।

2 ପରମେଶ୍ୱର କହିଲେ, “ମୁଁ ବିଗ୍ଭର ଦିନ ନିରୂପିତ କଲେ, ମୁଁ ନିରପେକ୍ଷଭାବେ ବିଗ୍ଭର କରିବି।

3 ପୃଥିବୀ ଓ ତହିଁରେ ବାସ କରୁଥିବା ସମସ୍ତ ଜୀବନ ଟଳମଳ ହୋଇ ପତନ ହେବାକୁ ଯାଉଛନ୍ତି, କିନ୍ତୁ ମୁଁ ତାକୁ ସ୍ଥିର କରିବି।

4-5 “କିଛି ଲୋକ ବହୁତ ଗର୍ବୀ, ସେମାନେ ଭାବନ୍ତି ସେମାନେ ବହୁତ ଶକ୍ତିଶାଳୀ। ଏବଂ ନିଜକୁ ବହୁତ ମୁଖ୍ୟବ୍ୟକ୍ତି ବୋଲି ଭାବନ୍ତି। କିନ୍ତୁ ମୁଁ ସେହି ଲୋକମାନଙ୍କୁ କହେ, ‘ଆତ୍ମଶ୍ଲାଘା ହୁଅ ନାହିଁ’ ‘ଗର୍ବ କର ନାହିଁ।‌”’

6 କୌଣସି ବ୍ୟକ୍ତିକୁ ମହତ୍ତ୍ୱପୂର୍ଣ୍ଣ କରିବାରେ ପୃଥିବୀର କୌଣସି ଶକ୍ତି ନାହିଁ।

7 ପରମେଶ୍ୱର ବିଗ୍ଭରକର୍ତ୍ତା ଅଟନ୍ତି ଏବଂ ପରମେଶ୍ୱର ନିଷ୍ପତ୍ତି ନେବେ କିଏ ଯେ ମହାନ ହେବ। ପରମେଶ୍ୱର ହିଁ ଯେକୌଣସି ବ୍ୟକ୍ତିକୁ ମହତ୍ତ୍ୱପୂର୍ଣ୍ଣ ସ୍ଥାନରେ ସ୍ଥାପନ କରି ପାରନ୍ତି।

8 ସଦାପ୍ରଭୁଙ୍କ ହସ୍ତରେ ଏକ ପିଆଲା ଅଛି, ଯାହାକି ବିଷାକ୍ତ ଦ୍ରାକ୍ଷାରସରେ ପରିପୂର୍ଣ୍ଣ। ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳିବେ ଏବଂ ପୃଥିବୀର ଦୁଷ୍ଟ ଲୋକ ସମସ୍ତେ ତହିଁର ପାନୀୟ ନିଗାଡ଼ି ପିଇବେ।

9 ମୁଁ ଏହିସବୁ ବିଷୟରେ ସଦାକାଳ ପ୍ରଗ୍ଭର କରିବି। ମୁଁ ଇସ୍ରାଏଲ ପରମେଶ୍ୱରଙ୍କର ପ୍ରଶଂସା କରିବି।

10 ପରମେଶ୍ୱର କହନ୍ତି, “ମୁଁ ଦୁଷ୍ଟ ଲୋକମାନଙ୍କର ଶକ୍ତିସବୁ ପୋଛି ଦେବି ଏବଂ ଧାର୍ମିକ ଲୋକମାନଙ୍କର ଶକ୍ତି ଉଚ୍ଚ କରିବି।”

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan