Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 79 - ପବିତ୍ର ବାଇବଲ


ଆସଫର ଗୀତ।

1 ହେ ପରମେଶ୍ୱର, ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର ଦେଶକୁ ଆକ୍ରମଣ କରିଛନ୍ତି। ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଛନ୍ତି। ସେମାନେ ଯିରୁଶାଲମକୁ ଧ୍ୱସ୍ତ ବିଧ୍ୱସ୍ତ କରିଛନ୍ତି।

2 ସେମାନେ ତୁମ୍ଭ ଦାସଗଣର ଶବ ଖାଦ୍ୟ ନିମନ୍ତେ ଖେଚର ପକ୍ଷୀଗଣଙ୍କୁ ଦେଇଛନ୍ତି। ତୁମ୍ଭର ସ‌ଦ୍‌ଭକ୍ତମାନଙ୍କ ମାଂସ ବନ୍ୟ ପଶୁଗଣଙ୍କୁ ଦେଇଛନ୍ତି।

3 ଶତ୍ରୁମାନେ ଯିରୁଶାଲମର ଚତୁର୍ଦ୍ଦିଗରେ ତୁମ୍ଭର ଲୋକମାନଙ୍କର ରକ୍ତକୁ ପାଣି ପରି ବୁହାଇଲେ। ସେମାନଙ୍କୁ କବର ଦେବା ପାଇଁ କାହାରିକୁ ରଖି ନ ଥିଲେ।

4 ଆମ୍ଭ ପଡ଼ୋଶୀ ଦେବଗଣ ଆମ୍ଭମାନଙ୍କୁ ଅପମାନିତ କଲେ। ଆମ୍ଭର ସବୁ ଚତୁର୍ପାର୍ଶ୍ୱରେ ଥିବା ଲୋକମାନେ ଆମ୍ଭମାନଙ୍କୁ ପରିହାସ କଲେ।

5 ହେ ପରମେଶ୍ୱର, ଏହା ଆଉ କେତେ ଦିନ ପର୍ଯ୍ୟନ୍ତ ଯିବ? ତୁମ୍ଭେ କ’ଣ ଚିରକାଳ ଆମ୍ଭମାନଙ୍କ ଉପରେ କ୍ରୋଧ କରିଥିବ? ତୁମ୍ଭର ଅନ୍ତର କ’ଣ ଅଗ୍ନିଜ୍ୱାଳା ପରି ସର୍ବଦା ଜଳିବ?

6 ଯେଉଁ ଜାତିମାନେ ତୁମ୍ଭକୁ ସ୍ୱୀକାର କରୁ ନାହାନ୍ତି, ଯେଉଁ ରାଜ୍ୟ ସମୂହ ତୁମ୍ଭର ଉପାସନା କରନ୍ତି ନାହିଁ, ତୁମ୍ଭର କ୍ରୋଧ ସେମାନଙ୍କ ଉପରେ ଢାଳି ଦିଅ।

7 ସେମାନେ ଯାକୁବଙ୍କ ପରିବାରକୁ ଧ୍ୱଂସ କରିଅଛନ୍ତି। ଓ ସେମାନେ ତା'ର ଗୃହଭୂମିକୁ ଧ୍ୱଂସ କରିଅଛନ୍ତି।

8 ଦୟାକରି ଆମ୍ଭମାନଙ୍କର ଅତୀତର ପାପ ପାଇଁ ଆମ୍ଭମାନଙ୍କୁ ଦଣ୍ଡ ଦିଅ ନାହିଁ। ଶୀଘ୍ର ଆମ୍ଭମାନଙ୍କ ପ୍ରତି ଦୟା ଦେଖାଅ! ଆମ୍ଭେମାନେ ଆଜି କ୍ଷୀଣ ହୋଇଅଛୁ।

9 ହେ ଆମ୍ଭମାନଙ୍କର ପରିତ୍ରାଣର ପରମେଶ୍ୱର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର ଏବଂ ଆପଣା ନାମରେ ଆମ୍ଭମାନଙ୍କୁ ରକ୍ଷା କର ଏବଂ ପାପସବୁ କ୍ଷମା କର।

10 ଅନ୍ୟ ଦେଶୀୟ ଲୋକମାନଙ୍କୁ କହିବାକୁ ଦିଅ ନାହିଁ। “ସେମାନଙ୍କର ପରମେଶ୍ୱର କାହାନ୍ତି?” ହେ ପରମେଶ୍ୱର, ସେହି ଲୋକମାନଙ୍କୁ ଦଣ୍ଡ ଦିଅ ଯାହା ଫଳରେ କି ଆମ୍ଭେମାନେ ମଧ୍ୟ ତାହା ଦେଖି ପାରିବୁ। ତୁମ୍ଭର ସେବକମାନଙ୍କୁ ହତ୍ୟା କରିଥିବାରୁ ସେମାନଙ୍କୁ ଦଣ୍ଡ ଦିଅ।

11 ଦୟାକରି ବନ୍ଦୀମାନଙ୍କର ଆର୍ତ୍ତନାଦ ଶୁଣ। ହେ ପରମେଶ୍ୱର, ତୁମ୍ଭର ମହାଶକ୍ତି ପ୍ରୟୋଗ କରି ମରଣାର୍ଥେ ଲୋକମାନଙ୍କୁ ରକ୍ଷା କର।

12 ହେ ପରମେଶ୍ୱର, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଛନ୍ତି, ସେମାନଙ୍କୁ ସାତଗୁଣ ପ୍ରତିଫଳ ଦଣ୍ଡ ଦିଅ।

13 ତା'ହେଲେ ଆମ୍ଭେ ତୁମ୍ଭର ଲୋକ, ତୁମ୍ଭର ମେଷପଲ ସର୍ବଦା ତୁମ୍ଭକୁ ଧନ୍ୟବାଦ ଦେବୁ। ପିଢ଼ି ପରେ ପିଢ଼ି, ତୁମ୍ଭେ ଯାହା କରିଛ, ସେଥିପାଇଁ ଆମ୍ଭେ ତୁମ୍ଭକୁ ପ୍ରଶଂସା କରିବୁ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan