ଗୀତସଂହିତା 8 - ପବିତ୍ର ବାଇବଲପ୍ରଧାନ ବାଦ୍ୟକର ନିମନ୍ତେ ଯିଏକି ଗୀତ୍ତୀତ୍ ସ୍ୱରରେ ଗାନ କରେ। ଦାଉଦଙ୍କର ଏକ ଗୀତ। 1 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ତୁମ୍ଭର ନାମ ଏ ପୃଥିବୀରେ ସବୁଠାରୁ ଆଶ୍ଚର୍ଯ୍ୟଜନକ ଓ ପ୍ରଶଂସାଯୁକ୍ତ। ତୁମ୍ଭର ନାମ ସ୍ୱର୍ଗରେ ମଧ୍ୟ ପ୍ରଶଂସା ଯୋଗ୍ୟ ଅଟେ। 2 ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କର ମୁହଁ ବନ୍ଦ କରିବାକୁ ଶିଶୁ ଓ ପିଲାମାନଙ୍କ କଣ୍ଠରେ ଶକ୍ତିଶାଳୀ ଗୀତ ପ୍ରଦାନ କରିଅଛି। 3 ହେ ସଦାପ୍ରଭୁ, ମୋ’ ଉପରେ ଥିବା ସ୍ୱର୍ଗକୁ ଗ୍ଭହିଁଲେ ତାହା ତୁମ୍ଭ ଅଙ୍ଗୁଳି ଦ୍ୱାରା ନିର୍ମିତ ବୋଲି ଜଣାପଡ଼େ। ମୁଁ ସେହି ଆକାଶରେ ତୁମ୍ଭ ସୃଷ୍ଟି ଚନ୍ଦ୍ର ଓ ନକ୍ଷତ୍ରଗଣଙ୍କୁ ଦେଖେ ଓ ଆଶ୍ଚର୍ଯ୍ୟ ହୁଏ। 4 “କାହିଁକି ତୁମ୍ଭେ ମନୁଷ୍ୟମାନଙ୍କୁ ଏତେ ପ୍ରାଧାନ୍ୟ ଦିଅ? କାହିଁକି ତୁମ୍ଭେ ସେମାନଙ୍କର କ୍ଷତ ନିଅ? କାହିଁକି ତୁମ୍ଭେ ସେମାନଙ୍କୁ ଏତେ ଦୃଷ୍ଟି ଦିଅ?” 5 କିନ୍ତୁ ଲୋକମାନେ ତୁମ୍ଭ ପାଇଁ ମହତ୍ତ୍ୱପୂର୍ଣ୍ଣ, ପରମେଶ୍ୱର ତୁମ୍ଭେ ଲୋକମାନଙ୍କୁ ସୃଷ୍ଟି କରିଛ ଓ ସେମାନଙ୍କୁ ଗୌରବ ଓ କୀର୍ତ୍ତିରେ ମୁକୁଟ ମଣ୍ଡିତ କରିଛ। 6 ତୁମ୍ଭେ ଆପଣା ହସ୍ତରେ ତିଆରି କରୁଥିବା ସମସ୍ତ ବସ୍ତୁରେ ସେହି ଲୋକମାନଙ୍କୁ ଅଧିଷ୍ଠିତ କରିଛ। ତୁମ୍ଭେ ସବୁ ସେହିମାନଙ୍କ ନିୟନ୍ତ୍ରଣରେ ଛାଡ଼ି ଦେଇଛ। 7 ଗୋରୁଗାଈ ଓ ସମସ୍ତ ବଣୁଆ ପଶୁଗଣ। 8 ଆକାଶର ଉଡ଼ୁଥିବା ପକ୍ଷୀମାନେ ଓ ସମୁଦ୍ରର ମାଛମାନେ ମଧ୍ୟ ଅଛନ୍ତି। 9 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ଏହି ପୃଥିବୀରେ ତୁମ୍ଭର ନାମ ସବୁଠାରେ ମହିମାନ୍ୱିତ। |
Odia Holy Bible: Easy-to-Read Version (OERV)
@ 2004 Bible League International
Bible League International