Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 82 - ପବିତ୍ର ବାଇବଲ


ଆସଫର ଗୀତ।

1 ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ଛିଡ଼ା ହୁଅନ୍ତି। ସେ ବିଗ୍ଭରକର୍ତ୍ତାମାନଙ୍କ ମଧ୍ୟରେ ବିଗ୍ଭର କରନ୍ତି।

2 ପରମେଶ୍ୱର କହନ୍ତି, “ତୁମ୍ଭେମାନେ କେତେକାଳ ପର୍ଯ୍ୟନ୍ତ ଅନ୍ୟାୟ ବିଗ୍ଭର କରିବ? ତୁମ୍ଭେ କେତେକାଳ ପର୍ଯ୍ୟନ୍ତ ଦୁଷ୍ଟ ଲୋକମାନଙ୍କୁ ବିନା ଦଣ୍ଡରେ ମୁକ୍ତି କରିବ?” ସେଲା

3 “ଅନାଥ ଓ ଗରିବ ଲୋକମାନଙ୍କୁ ରକ୍ଷା କର। ଅତ୍ୟାଗ୍ଭରିତ ଓ ଗରିବ ଲୋକମାନଙ୍କର ପ୍ରତି ନ୍ୟାୟ ବ୍ୟବହାର କର।

4 ଗରିବ ଓ ଦୀନହୀନମାନଙ୍କୁ ରକ୍ଷା କର। ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ରକ୍ଷା କର।

5 “ଯାହାସବୁ ଘଟୁଛି ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ। ସେମାନେ ଅନ୍ଧାରରେ ଝୁଣ୍ଟି ପଡ଼ନ୍ତି। ସେମାନଙ୍କର ପୃଥିବୀ ସେମାନଙ୍କର ଚତୁର୍ପାର୍ଶ୍ୱରେ ତଳକୁ ପଡ଼ୁଛି।”

6 ମୁଁ (ପରମେଶ୍ୱର) କହିଲି, “ତୁମ୍ଭେମାନେ ଈଶ୍ୱରଗଣ ଓ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସନ୍ତାନ।

7 ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ। ତୁମ୍ଭେ ରାଜକୁମାର ପରି ମୃତ୍ୟୁବରଣ କରିବ।”

8 ହେ ପରମେଶ୍ୱର, ଉଠ! ପୃଥିବୀର ବିଗ୍ଭର କର! ସମସ୍ତ ଜାତିଗଣ ତୁମ୍ଭର ଅଟେ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan