ଗୀତସଂହିତା 87 - ପବିତ୍ର ବାଇବଲକୋରହ ସନ୍ତାନଗଣର ଏକ ଗୀତ। 1 ପରମେଶ୍ୱର ଯିରୁଶାଲମ ପର୍ବତ ଉପରେ ତାଙ୍କର ମନ୍ଦିର ପ୍ରତିଷ୍ଠା କଲେ। 2 ସଦାପ୍ରଭୁ ଇସ୍ରାଏଲର ସମସ୍ତ ସ୍ଥାନ ଅପେକ୍ଷା ସିୟୋନର ଦ୍ୱାର ସମୂହକୁ ଅଧିକ ସ୍ନେହ କରନ୍ତି। 3 ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ଲୋକମାନେ ନାନାବିଧ ଗୌରବର କଥା କୁହନ୍ତି। ସେଲା 4-6 ପରମେଶ୍ୱର ତାଙ୍କର ଲୋକମାନଙ୍କର ଏକ ତାଲିକା ରଖିଛନ୍ତି। “ସେ ଜାଣନ୍ତି ତାଙ୍କର ପ୍ରତ୍ୟେକ ଲୋକ କେଉଁଠାରେ ଜନ୍ମ ହୋଇଥିଲେ।” ସେହିମାନଙ୍କ ମଧ୍ୟରୁ ଯେଉଁମାନେ ତାଙ୍କର ସେବା କରନ୍ତି, ସେମାନେ ମିଶର ଓ ବାବିଲରେ ବାସ କରନ୍ତି। “ସେମାନଙ୍କ ମଧ୍ୟରୁ କେତେକ ପଲେଷ୍ଟୀୟରେ, ସୋରରେ ଓ ଇଥିଓପିଆରେ ବାସ କରନ୍ତି।” ଆଉ ସିୟୋନ ସେମାନଙ୍କର ସମସ୍ତ ନାମକୁ ଜାଣନ୍ତି ପ୍ରତ୍ୟେକ ସେଠାରେ ଜନ୍ମ ହୋଇଥିଲେ। ସେଲା 7 ସେହି ପର୍ବରେ ନର୍ତ୍ତକ ଓ ଗାୟକ କହିବେ। “ସମସ୍ତେ ଭଲ ଜିନିଷ ତୁମ୍ଭ ମଧ୍ୟରୁ ଆସେ।” |
Odia Holy Bible: Easy-to-Read Version (OERV)
@ 2004 Bible League International
Bible League International