Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 88 - ପବିତ୍ର ବାଇବଲ


କୋରହ ସନ୍ତାନଗଣଙ୍କର ଗୀତ। ପ୍ରଧାନ ବାଦ୍ୟକରଙ୍କ ନିମନ୍ତେ ମହଲତ୍ ଲିୟନ୍ନୋତସ୍ୱରରେ ଇଷ୍ରାହୀୟ ହେମନର ମସ୍କୀଲ୍।

1 ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ମୋର ପରିତ୍ରାଣକର୍ତ୍ତା। ମୁଁ ଦିନ ଓ ରାତ୍ରି ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।

2 ମୋର ପ୍ରାର୍ଥନା ପ୍ରତି ଟିକେ ଧ୍ୟାନ ଦିଅ। ମୋ’ ପ୍ରତି ଦୟାକରି, ମୋର ପ୍ରାର୍ଥନାରେ କର୍ଣ୍ଣପାତ କର।

3 ମୋର ପ୍ରାଣ ଦୁଃଖରେ ଭରପୁର। ମୁଁ ଶୀଘ୍ର ମରିଯିବି।

4 ମୁଁ ଜଣେ ଶକ୍ତି ହରାଇଥିବା ପ୍ରାୟ ମୃତ ଲୋକପରି ହୋଇଅଛି।

5 ମୃତଲୋକମାନଙ୍କ ମଧ୍ୟରେ ମୋତେ ଖୋଜ। ମୁଁ କବରରେ ଶୋଇଥିବା ମୃତ ବ୍ୟକ୍ତିପରି ଏବଂ ଲୋକମାନେ ଏ ବିଷୟରେ ସବୁ ଭୁଲିଗଲେ ଓ ସହାୟ ନାହିଁ।

6 ତୁମ୍ଭେ ମୋତେ ପୃଥିବୀର ଗାଢ଼ ଅନ୍ଧକାରର ଗଭୀର ସ୍ଥାନରେ ରଖିଅଛ।

7 ତୁମ୍ଭ କ୍ରୋଧରେ ମୁଁ ବୋଝ ଅନୁଭବ କଲି। ତୁମ୍ଭର ସମସ୍ତ ଢେଉ ମୋତେ ଓଲଟ ପାଲଟ କରି ପକାଏ। ସେଲା

8 ମୋର ବନ୍ଧୁମାନେ ମୋତେ ଛାଡ଼ିଗଲେ, ମୁଁ ଅଛୁଆଁ ପରି ସେମାନେ ମୋ'ଠାରୁ ଦୂରେଇ ଗଲେ। ମୁଁ ଏକ ଗୃହରେ ବନ୍ଦୀ ଅଛି, ମୁଁ ବାହାରକୁ ଯାଇପାରିବି ନାହିଁ।

9 କ୍ଳେଶ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଅଛି। ହେ ସଦାପ୍ରଭୁ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି। ତୁମ୍ଭଠାରେ ମୁଁ ହାତ ପାତୁ ଅଛି।

10 ତୁମ୍ଭେ କ’ଣ ମୃତ ଲୋକମାନଙ୍କ ପାଇଁ ଆଶ୍ଚର୍ଯ୍ୟ କ୍ରିୟା କର? ମୃତ ଲୋକମାନେ କ’ଣ ଉଠି ଓ ତୁମ୍ଭର ପ୍ରଶଂସା କରିବେ? ସେଲା

11 ମୃତ କବରରେ ଲୋକମାନେ ତୁମ୍ଭର ବିଶ୍ୱସ୍ତତା ବିଷୟରେ କଥା ହୋଇ ପାରିବେ ନାହିଁ। ମୃତ ଲୋକମାନେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟରେ ପ୍ରଗ୍ଭର କରି ପାରିବେ ନାହିଁ।

12 ଅନ୍ଧାରରେ ଥିବା ମୃତ ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟା ଦେଖି ପାରିବେ ନାହିଁ। ପୃଥିବୀରେ ମୃତ ଲୋକମାନେ ଭୁଲିଯାଇ ତୁମ୍ଭ ସୁଗୁଣ ପ୍ରଶଂସା କରି ପାରିବେ ନାହିଁ।

13 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଗୁହାରି କରୁଅଛି। ମୋତେ ସାହାରା ଦିଅ। ପ୍ରତ୍ୟେକ ପ୍ରଭାତରେ ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।

14 ହେ ସଦାପ୍ରଭୁ, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରୁଛ? ତୁମ୍ଭେ କାହିଁକି ମୋ’ କଥା ଶୁଣୁ ନାହଁ?

15 ମୁଁ ବାଲ୍ୟକାଳରୁ ଦୁଃଖ ଭୋଗ କରି ମୃତ୍ୟୁର ଶେଷ ଆଡ଼କୁ ଆସିଅଛି। ମୁଁ ଭୀଷଣ ଦୁଃଖ ପାଉଅଛି, ଯାହା ତୁମ୍ଭେ କରିଅଛ।

16 ତୁମ୍ଭର କୋପ ମୋ’ ଉପରେ ବର୍ତ୍ତିଅଛି, ତୁମ୍ଭ ବିଷୟକ ଭୟ ମୋତେ ଉଚ୍ଛିନ୍ନ କରିଅଛି।

17 ଏକ ବନ୍ୟାପରି ତୁମ୍ଭର ଆକ୍ରମଣ ମୋତେ ଦିନସାରା ଘେରି ରହିଥିଲା। ସେମାନେ ସବୁଆଡ଼ୁ ମୋତେ ବନ୍ଦ କଲେ।

18 ତୁମ୍ଭେ ମୋର ପ୍ରିୟ ଲୋକମାନଙ୍କୁ ମୋ'ଠାରୁ ଦୂରେଇ ରଖିଅଛ। ମୋ’ ପରିଚିତ ଲୋକମାନେ ଅନ୍ଧକାରରେ ରହିଅଛନ୍ତି।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan