Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 93 - ପବିତ୍ର ବାଇବଲ

1 ସଦାପ୍ରଭୁ ରାଜା ଅଟନ୍ତି। ସେ ମହିମା ଓ ଶକ୍ତି ରୂପକ ବସ୍ତ୍ର ପରିଧାନ କରନ୍ତି। ସେ ନିଜ କଟିରେ ସମଗ୍ର ବିଶ୍ୱକୁ ଧରିଛନ୍ତି, ଏହା ଯେପରି ଟଳମଳ ହୋଇ ନ ଯାଏ।

2 ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳରୁ ରହିଥିଲା, ତୁମ୍ଭେ ସର୍ବଦା ଜୀବିତ ଏବଂ ସର୍ବଦା ଶାସନ କରିବ।

3 ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ୱନି ବାହାର କଲେ। ସମୁଦ୍ରସବୁ ସେମାନଙ୍କର ଢେଉ ଭାଙ୍ଗି ଗର୍ଜନ କଲେ।

4 ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।

5 ହେ ସଦାପ୍ରଭୁ, ତୁମ୍ଭର ବ୍ୟବସ୍ଥା ସର୍ବଦା ରହିବ। ତୁମ୍ଭର ପବିତ୍ର ମନ୍ଦିର ଚିରସ୍ଥାୟୀ ରହିବ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan