Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 94 - ପବିତ୍ର ବାଇବଲ

1 ହେ ସଦାପ୍ରଭୁ, ପ୍ରତିଫଳ ଦାତା ପରମେଶ୍ୱର, ଯିଏ ଦଣ୍ଡ ଦିଅନ୍ତି, ତୁମ୍ଭର ମହାନତା ଦେଖାଅ।

2 ତୁମ୍ଭେ ହେଉଛ ସାରା ପୃଥିବୀର ବିଗ୍ଭରକର୍ତ୍ତା। ଜାଗି ଉଠ ଏବଂ ଅହଙ୍କାରୀ ଲୋକମାନଙ୍କୁ ତାଙ୍କର କର୍ମାନୁସାରେ ଫଳ ଦିଅ, ଯାହା ସେମାନେ ଗ୍ଭହାନ୍ତି।

3 ହେ ସଦାପ୍ରଭୁ, ଦୁଷ୍ଟମାନେ କେତେ କାଳଯାଏ ଶାସନ କରିବେ? ସଦାପ୍ରଭୁ ଆଉ କେତେ କାଳ?

4 ସେହି ଦାଗିମାନେ ଆଉ କେତେ କାଳ ଅହଙ୍କାର କଥା କହିବେ? ସେହି ଅଧର୍ମାଗ୍ଭରୀମାନେ କେତେ କାଳ ଦର୍ପ କରିବେ?

5 ହେ ସଦାପ୍ରଭୁ, ସେମାନେ ତୁମ୍ଭ ଲୋକମାନଙ୍କୁ ନିରାଶ କରନ୍ତି। ସେମାନେ ତୁମ୍ଭର ଲୋକମାନଙ୍କୁ ଯନ୍ତ୍ରଣା ଦିଅନ୍ତି।

6 ସେହି ଲୋକମାନେ ବିଧବାମାନଙ୍କୁ ଓ ନିଜ ଦେଶରେ ଥିବା ଅତିଥିମାନଙ୍କୁ ବାଧ୍ୟ କରନ୍ତି। ସେମାନେ ଅନାଥ ପିଲାମାନଙ୍କୁ ମଧ୍ୟ ହତ୍ୟା କରନ୍ତି।

7 ସେମାନେ ଏହିପରି କହନ୍ତି ଯେ, ସଦାପ୍ରଭୁ ସେମାନଙ୍କର କୁକର୍ମକୁ ଦେଖି ପାରିବେ ନାହିଁ। କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ।

8 ହେ ପଶୁବତ୍ ଲୋକମାନେ, ତୁମ୍ଭେ କେବେ ବୁଦ୍ଧି ପାଇବ? ହେ ନିର୍ବୋଧ ଅଧର୍ମକାରୀ ଲୋକ, ଚେଷ୍ଟା କର ଏବଂ ବୁଝ।

9 ପରମେଶ୍ୱର ଆମ୍ଭର କର୍ଣ୍ଣ ସୃଷ୍ଟି କଲେ, ସେ କ’ଣ ଶୁଣିପାରୁ ନାହାନ୍ତି! ପରମେଶ୍ୱର ଆମ୍ଭମାନଙ୍କର ଚକ୍ଷୁ ସୃଷ୍ଟି କରିଛନ୍ତି। ସେ କ’ଣ ଦେଖି ପାରିବେ ନାହିଁ! ଯାହାସବୁ ଘଟିଯାଉଛି।

10 ଜଣେ ଯିଏକି ଜାତିଗଣକୁ ସଂଶୋଧନ କରନ୍ତି, ତୁମ୍ଭକୁ ଦଣ୍ଡ ଦେବେ? ସେ ମାନବମାନଙ୍କୁ ଜ୍ଞାନ ବିଷୟରେ ଶିକ୍ଷା ଦିଅନ୍ତି।

11 ସଦାପ୍ରଭୁ ଜାଣନ୍ତି ଲୋକମାନଙ୍କର ଚିନ୍ତାଧାରା ଅସାର ମାତ୍ର।

12 ହେ ସଦାପ୍ରଭୁ, ଯେଉଁ ଲୋକମାନଙ୍କୁ ତୁମ୍ଭେ ଶାସନ କର, ସେମାନେ ଆଶୀର୍ବାଦ ପ୍ରାପ୍ତ ହେବେ। ତୁମ୍ଭେ ଆପଣା ନିୟମରେ ସେମାନଙ୍କୁ ବଞ୍ଚିବାର ଠିକ୍ ମାର୍ଗ ଶିକ୍ଷା ଦିଅ।

13 ବିପଦ ବେଳେ ସେମାନଙ୍କୁ ସୁସ୍ଥିର କର, ଦୁଷ୍ଟମାନେ ବିନାଶ ହେବା ପର୍ଯ୍ୟନ୍ତ ତୁମ୍ଭର ଅନୁଗାମୀମାନଙ୍କୁ ସାହାଯ୍ୟ କର।

14 ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ। ସେ ନିଜର ପ୍ରାଧାନ୍ୟତ୍ୱକୁ ପରିତ୍ୟାଗ କରିବେ ନାହିଁ।

15 ନ୍ୟାୟ ଫେରିବ ଏବଂ ଏହା ସ୍ୱଚ୍ଛତା ଆଣିବ ଏବଂ ଯେଉଁ ସମସ୍ତ ବ୍ୟକ୍ତି ସତ୍ୟପ୍ରିୟ ଅଟନ୍ତି, ନ୍ୟାୟର ଅନୁଗାମୀ ହେବେ।

16 ଦୁଷ୍ଟ ଲୋକମାନଙ୍କ ବିରୁଦ୍ଧରେ ଲଢ଼ିବା ପାଇଁ କିଏ ମୋତେ ସାହାଯ୍ୟ କରିବ? ଦୁଷ୍ଟ ଲୋକମାନଙ୍କ ବିପକ୍ଷରେ କିଏ ମୋ’ ସହିତ ଠିଆ ହେବ?

17 ଯଦି ମୋତେ ସଦାପ୍ରଭୁ ସାହାଯ୍ୟ କରି ନ ଥା’ନ୍ତେ, ତେବେ ମୃତ୍ୟୁ ମୋର ପ୍ରାଣକୁ ଅତିକ୍ରମ କରି ଯାଇଥା’ନ୍ତା।

18 ମୁଁ ଭାବିଲି, ମୁଁ ତଳକୁ ଖସିବା ଅବସ୍ଥାରେ ଥିଲି କିନ୍ତୁ ପ୍ରଭୁ ତୁମ୍ଭର ପ୍ରେମ, ମୋତେ ସକ୍ଷମ ହେଲା।

19 ମୁଁ ଅତି ବ୍ୟସ୍ତ ଓ ଚିନ୍ତିତ ଥିଲା ବେଳେ, ସଦାପ୍ରଭୁ ମୋତେ ଆନନ୍ଦ ଓ ଖୁସୀ ଦେଲେ।

20 ହେ ପରମେଶ୍ୱର, ତୁମ୍ଭେ ନିଷ୍ଠୁର ବିଗ୍ଭରକମାନଙ୍କୁ ସାହାଯ୍ୟ କର ନାହିଁ। ସେହି ଅଧର୍ମୀ ବିଗ୍ଭରକମାନେ ଲୋକମାନଙ୍କର ଜୀବନକୁ ଦୁର୍ବିସହ କରିବା ପାଇଁ ନିୟମକୁ ବ୍ୟବହାର କରନ୍ତି।

21 ଯେଉଁ ବିଗ୍ଭରକଗଣ ଭଲ ଲୋକମାନଙ୍କୁ ନ୍ୟାୟ ଦିଅନ୍ତି ନାହିଁ, ସେମାନେ କହନ୍ତି ନିରୀହ ଲୋକମାନେ ଦୋଷୀ ଏବଂ ସେମାନଙ୍କୁ ମରଣର ଆରୋପ କର।

22 ମାତ୍ର ସଦାପ୍ରଭୁ ଉଚ୍ଚ ପର୍ବତରେ ମୋର ଉଚ୍ଚ ଦୁର୍ଗ ଓ ମୋର ପରମେଶ୍ୱର ମୋର ଆଶ୍ରୟଶୈଳ ହୋଇଅଛନ୍ତି।

23 ପରମେଶ୍ୱର ସେହି ଅଧର୍ମୀ ବିଗ୍ଭରକମାନଙ୍କୁ ତାଙ୍କର କୃତ କର୍ମ ପାଇଁ ଦଣ୍ଡ ଦେବେ। ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ଧ୍ୱଂସ କରିବେ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan