Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 97 - ପବିତ୍ର ବାଇବଲ

1 ସଦାପ୍ରଭୁ ଶାସନ କରନ୍ତି। ସକଳ ପୃଥିବୀ ଆନନ୍ଦ କରୁ। ଦୂର ସଦୃଶ ଭୂମି ମଧ୍ୟ ଆନନ୍ଦିତ ହୁଅନ୍ତୁ।

2 ମେଘମାଳ ଓ ଅନ୍ଧାର ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ଥାଏ। ଧର୍ମ ଓ ନ୍ୟାୟ ତାହାଙ୍କ ସିଂହାସନର ମୂଳଭିତ୍ତି।

3 ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ଝରି ତାଙ୍କର ଶତ୍ରୁଗଣକୁ ବିନାଶ କରେ।

4 ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା, ଏହା ଦେଖି ଲୋକେ ଭୟ କଲେ।

5 ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗୁଡ଼ିକ ମହମ ପରି ତରଳି ଗଲେ, ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ତରଳି ଗଲେ।

6 ଆକାଶ ତାଙ୍କର ଧାର୍ମିକ ସତ୍ୟତା ପ୍ରଗ୍ଭର କରେ ଓ ପ୍ରତ୍ୟେକ ଜାତିଗଣ ତାଙ୍କ ମହିମା ଦେଖନ୍ତି।

7 ଲୋକମାନେ ତାଙ୍କର ମୂର୍ତ୍ତିଗୁଡ଼ିକୁ ପୂଜା କରନ୍ତି। ସେମାନେ ସେମାନଙ୍କର “ଦେବଗଣଙ୍କ” ବିଷୟରେ ବଡ଼ାଇ କରନ୍ତି। ସେହି ଲୋକମାନେ ଲଜ୍ଜିତ ହେବେ। ସେମାନଙ୍କର ସମସ୍ତ “ଦେବତାଗଣ” ସଦାପ୍ରଭୁଙ୍କ ଆଗରେ ମଥାନତ କରିବେ।

8 ସିୟୋନ ଶୁଣିଛି ଓ ଆନନ୍ଦିତ ହୋଇଛି। ଯିହୁଦା ନଗରୀ, ଖୁସୀ ହୋଇ ଆସୁଛନ୍ତି, କାରଣ ତୁମ୍ଭ ପାଇଁ ସଦାପ୍ରଭୁ ବିଜ୍ଞ ନିଷ୍ପତ୍ତି କରନ୍ତି।

9 ହେ ସର୍ବୋପରିସ୍ଥ ସଦାପ୍ରଭୁ, ତୁମ୍ଭେ ହିଁ ସମଗ୍ର ପୃଥିବୀର ଶାସକ। ତୁମ୍ଭେ ଅନ୍ୟ “ଦେବତାମାନଙ୍କ”ଠାରୁ ଉତ୍ତମ।

10 ଯିଏ ସଦାପ୍ରଭୁଙ୍କୁ ଭଲପା’ନ୍ତି, ମନ୍ଦତାକୁ ଘୃଣା କରନ୍ତି! ସେ ଆପଣା ସ‌ଦ୍‌ଭକ୍ତମାନଙ୍କ ପ୍ରାଣରକ୍ଷା କରନ୍ତି। ସେ ଦୁଷ୍ଟମାନଙ୍କ ହସ୍ତରୁ ନିଜର ଶିଷ୍ୟମାନଙ୍କୁ ରକ୍ଷାକରନ୍ତି।

11 ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସତ୍ୟପ୍ରିୟମାନଙ୍କ ପାଇଁ ଆନନ୍ଦ ଅଛି।

12 ହେ ଧାର୍ମିକଗଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆନନ୍ଦ କର। ପରମେଶ୍ୱରଙ୍କ ପବିତ୍ର ନାମରେ ଧନ୍ୟବାଦ କର।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan