Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 99 - ପବିତ୍ର ବାଇବଲ

1 ସଦାପ୍ରଭୁଙ୍କ ଆଗରେ ଗାନ କର। ସେ ନ୍ୟାୟ ବିଗ୍ଭର ପାଇଁ ପୃଥିବୀକୁ ଆସୁଛନ୍ତି। ସେ ତାଙ୍କର ଧାର୍ମିକତା ଏବଂ ନ୍ୟାୟ ସହିତ ପୃଥିବୀର ଲୋକମାନଙ୍କର ବିଗ୍ଭର କରିବେ।

2 ସଦାପ୍ରଭୁ ସିୟୋନରେ ମହାନ ଓ ସମସ୍ତ ଜାତିମାନଙ୍କର ନେତା ଅଟନ୍ତି।

3 ସମସ୍ତ ଜାତି ତୁମ୍ଭର ନାମର ପ୍ରଶଂସା ଓ ଭୟ କରନ୍ତୁ, ଏହା ପବିତ୍ର ଅଟେ।

4 ଶକ୍ତିଶାଳୀ ରାଜା ନ୍ୟାୟ ବିଗ୍ଭରକୁ ଭଲପା’ନ୍ତି। ହେ ପରମେଶ୍ୱର, ତୁମ୍ଭେ ନ୍ୟାୟ ସ୍ଥାପନ କରିଅଛ। ତୁମ୍ଭେ ଇସ୍ରାଏଲର ନ୍ୟାୟ ଓ ଯଥାର୍ଥ ସାଧନ କରିଅଛ।

5 ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର। ତାଙ୍କ ପବିତ୍ର ପାଦପୀଠରେ ଉପାସନା କର, ସେ ପବିତ୍ର ଅଟନ୍ତି।

6 ମୋଶା ଏବଂ ହାରୋଣ ତାଙ୍କର ଯାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ। ଶାମୁୟେଲ ଥିଲେ ଜଣେ ଯିଏକି, ପରମେଶ୍ୱରଙ୍କ ନାମ ନେଇ ପ୍ରାର୍ଥନା କରିଥିଲେ। ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଏବଂ ସେ ସେମାନଙ୍କୁ ଉତ୍ତର ଦେଲେ।

7 ପରମେଶ୍ୱର ଉଚ୍ଚ ମେଘସ୍ତମ୍ଭ ମଧ୍ୟରୁ କହିଲେ, ସେମାନେ ତାଙ୍କର ଆଦେଶ ମାନିଲେ ଏବଂ ସେ ନିୟମ ବ୍ୟବସ୍ଥା ଦେଲେ।

8 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ସେମାନଙ୍କ ପ୍ରାର୍ଥନାର ଉତ୍ତର ଦେଲ। ତୁମ୍ଭେ ସେମାନଙ୍କୁ ଦେଖାଇଲ ଯେ ତୁମ୍ଭେ ହିଁ କ୍ଷମାକାରୀ ପରମେଶ୍ୱର ଏବଂ ତୁମ୍ଭେ ସେମାନଙ୍କର କୁକର୍ମ ପାଇଁ ଦଣ୍ଡ ଦିଅ।

9 ତୁମ୍ଭେମାନେ ଆମ୍ଭମାନଙ୍କର ପରମେଶ୍ୱରଙ୍କର ପ୍ରଶଂସା କର। ତାଙ୍କର ପବିତ୍ର ପର୍ବତରେ ତାଙ୍କର ଉପାସନା କର। ପ୍ରକୃତରେ ସଦାପ୍ରଭୁ ଆମ୍ଭର ପରମେଶ୍ୱର ପବିତ୍ର ଅଟନ୍ତି।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan