Biblia Todo Logo
Bìoball air-loidhne

- Sanasan -

ପ୍ରକାଶିତ 13 - ପବିତ୍ର ବାଇବଲ


ଦୁଇଟି ପଶୁ

1 ତା'ପରେ ମୁଁ ଗୋଟିଏ ପଶୁକୁ ସମୁଦ୍ର ଭିତରୁ ଉପରକୁ ଆସିବାର ଦେଖିଲି। ଏହାର ଦଶଟି ଶିଙ୍ଗ ଓ ସାତୋଟି ମୁଣ୍ଡ ଥିଲା। ପ୍ରତ୍ୟେକ ଶିଙ୍ଗରେ ଗୋଟିଏ ଗୋଟିଏ ମୁକୁଟ ଥିଲା। ପ୍ରତ୍ୟେକ ମସ୍ତକରେ ପରମେଶ୍ୱରଙ୍କୁ ନିନ୍ଦା କରୁଥିବା ଖରାପ ନାମ ସବୁ ଲେଖାଯାଇଥିଲା।

2 ଏହି ପଶୁ ଚିତାବାଘ ଭଳି ଥିଲା। କିନ୍ତୁ ତା'ର ପାଦ ଭାଲୁ ପରି ଓ ପାଟି ସିଂହ ପରି ଥିଲା। ସେହି ବିଶାଳ ସାପ ସମୁଦ୍ରକୂଳରେ ରହି ତା'ର ସମସ୍ତ କ୍ଷମତା, ସିଂହାସନ ଓ ମହାନ ଅଧିକାର ତାହାକୁ ଦେଲା।

3 ତାହାର ମସ୍ତକଗୁଡ଼ିକ ମଧ୍ୟରୁ ଗୋଟିଏ ମସ୍ତକ ଆଘାତ ପ୍ରାପ୍ତ ହୋଇଥିବା ପରି ଓ ମରାଯାଇଥିବା ପରି ଦେଖାଗଲା। କିନ୍ତୁ ତା'ର ମାରାତ୍ମକ କ୍ଷତ ଭଲ ହୋଇଯାଇଥିଲା। ପୃଥିବୀର ସବୁ ଲୋକମାନେ ତାହାକୁ ଦେଖି ଆଶ୍ଚର୍ଯ୍ୟ ହେଲେ ଓ ସେହି ପଶୁର ଅନୁଗମନ କଲେ।

4 ଲୋକମାନେ ସେହି ସାପକୁ ପୂଜା କଲେ, କାରଣ ସେ ତା'ର କ୍ଷମତା ପଶୁକୁ ଦାନ କରିଦେଇଥିଲା। ଲୋକମାନେ ସେହି ପଶୁକୁ ମଧ୍ୟ ପୂଜା କଲେ। ସେମାନେ କହିଲେ, “ଏହି ପଶୁ ଭଳି ଶକ୍ତିଶାଳୀ କିଏ ଅଛି? ତା’ ବିରୁଦ୍ଧରେ କିଏ ଯୁଦ୍ଧ କରି ପାରିବ?”

5 ସେହି ପଶୁକୁ ଗର୍ବ କରିବା ପାଇଁ ଓ ଖରାପ କଥା କହିବା ପାଇଁ ଅନୁମତି ଦିଆଗଲା। ତାକୁ ବୟାଳିଶ୍ ମାସ ପର୍ଯ୍ୟନ୍ତ ତା'ର କ୍ଷମତା ପ୍ରୟୋଗ କରିବା ପାଇଁ ଅନୁମତି ଦିଆଗଲା।

6 ସେହି ପଶୁ ପରମେଶ୍ୱରଙ୍କ ବିରୁଦ୍ଧରେ ଖରାପ କଥା କହିବା ପାଇଁ ମୁହଁ ଖୋଲିଲା। ସେ ପରମେଶ୍ୱରଙ୍କର ନାମ ବିରୁଦ୍ଧରେ, ତାହାଙ୍କର ବାସସ୍ଥଳୀ ବିରୁଦ୍ଧରେ ଓ ଯେଉଁମାନେ ସ୍ୱର୍ଗରେ ରହୁଥିଲେ, ସେମାନଙ୍କ ବିରୁଦ୍ଧରେ ଖରାପ କଥାମାନ କହିଲା।

7 ତାହାକୁ ପରମେଶ୍ୱରଙ୍କ ପବିତ୍ର ଲୋକ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କରିବାର କ୍ଷମତା ଦିଆଗଲା। ତାହାକୁ ପୃଥିବୀର ସବୁ ଗୋଷ୍ଠୀ, ଜାତି, ପ୍ରଜାତି ଓ ଦେଶଗୁଡ଼ିକ ଉପରେ ଶାସନ କରିବାକୁ କ୍ଷମତା ଦିଆଗଲା।

8 ପୃଥିବୀରେ ରହୁଥିବା ସମସ୍ତ ଲୋକମାନେ ସେହି ପଶୁକୁ ପୂଜା କରିବେ। ପୃଥିବୀ ଆରମ୍ଭରୁ ଏହି ଲୋକମାନଙ୍କର ନାମ ମେଷଶାବକଙ୍କ ଜୀବନ ପୁସ୍ତକରେ ଲେଖା ହୋଇ ନାହିଁ। ଏହି ମେଷଶାବକଙ୍କୁ ବଧ କରାଯାଇଥିଲା।

9 ଯାହାର ଶୁଣିବା ନିମନ୍ତେ କାନ ଅଛି, ସେ ଏହାକୁ ଶୁଣିବା ଉଚିତ୍।

10 ଯେଉଁ ବ୍ୟକ୍ତିର ବନ୍ଦୀ ହେବାର ଅଛି, ତେବେ ସେ ବନ୍ଦୀ ହେବ। ଯେଉଁ ବ୍ୟକ୍ତିର ମୃତ୍ୟୁ ଖଣ୍ଡା ଦ୍ୱାରା ହେବାର ଅଛି, ତେବେ ସେ ଲୋକ ଖଣ୍ଡାରେ ମୃତ୍ୟୁବରଣ କରିବ। ଏହି ସମୟରେ, ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କର ଧୈର୍ଯ୍ୟ ଓ ବିଶ୍ୱାସ ରହିବା ଉଚିତ୍।


ପୃଥିବୀ ମଧ୍ୟରୁ ପଶୁ

11 ତା'ପରେ ମୁଁ ଅନ୍ୟ ଏକ ପଶୁକୁ ପୃଥିବୀ ଉପରକୁ ଆସିବାର ଦେଖିଲି। ତା'ର ମେଷ ପରି ଦୁଇଟି ଶିଙ୍ଗ ଥିଲା, କିନ୍ତୁ ସେ ଏକ ସାପ ଭଳି ଭୟଙ୍କର କଥା କହୁଥିଲା।

12 ଏହି ପଶୁ ପ୍ରଥମପଶୁ ସାମନାରେ ଠିଆ ହେଲା ଓ ପ୍ରଥମପଶୁଠାରେ ଥିବା ସମସ୍ତ କ୍ଷମତା ଭଳି କ୍ଷମତା ବ୍ୟବହାର କଲା। ସେ ପ୍ରଥମ ପଶୁକୁ ପୂଜା କରିବା ପାଇଁ ସମଗ୍ର ପୃଥିବୀବାସୀଙ୍କୁ ବାଧ୍ୟ କଲା। ସେହି ପ୍ରଥମପଶୁର ମାରାତ୍ମକ କ୍ଷତ ସୁସ୍ଥ ହୋଇଯାଇଥିଲା।

13 ଏହି ଦ୍ୱିତୀୟ ପଶୁ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରେ। ଲୋକମାନେ ଦେଖୁଥିଲାବେଳେ ସେ ଆକାଶରୁ ପୃଥିବୀ ଉପରେ ଅଗ୍ନିବର୍ଷା କଲେ।

14 ଦ୍ୱିତୀୟ ପଶୁ ପୃଥିବୀର ଲୋକଙ୍କୁ ବୋକା ବନାଏ। ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଏ। ସେ ଯେଉଁ କ୍ଷମତା ପାଇଥିଲା, ତା’ ସହିତ ସେ ପ୍ରଥମ ପଶୁକୁ ରକ୍ଷା କରିବା ପାଇଁ ଏହିସବୁ ଆଶ୍ଚର୍ଯ୍ୟକର୍ମମାନ କରେ। ଦ୍ୱିତୀୟ ପଶୁ ପ୍ରଥମ ପଶୁକୁ ସମ୍ମାନ ଦେବା ପାଇଁ ପୃଥିବୀର ଲୋକମାନଙ୍କୁ ଗୋଟିଏ ମୂର୍ତ୍ତି ତିଆରି କରିବା ପାଇଁ ଆଦେଶ ଦେଲା। ଏହି ପଶୁ ଖଣ୍ଡାରେ ଆଘାତ ପାଇ ସୁଦ୍ଧା ମରି ନ ଥିଲା।

15 ଦ୍ୱିତୀୟ ପଶୁକୁ ପ୍ରଥମ ପଶୁର ପ୍ରତିମାକୁ ଜୀବନ ଦେବା ପାଇଁ କ୍ଷମତା ଦିଆ ଯାଇଥିଲା। ତା'ପରେ ସେହି ପ୍ରତିମା କଥା କହିବ ଓ ଯେଉଁମାନେ ତାହାକୁ ପୂଜା ନ କରିବେ, ସେ ସେମାନଙ୍କୁ ମୃତ୍ୟୁଦଣ୍ଡର ଆଦେଶ ଦେବ।

16 ଦ୍ୱିତୀୟ ପଶୁ ସବୁ ଲୋକମାନଙ୍କୁ ବଡ଼ ଓ ସାନ, ଧନୀ ଓ ଗରିବ, ସ୍ୱାଧୀନ ଓ ପରାଧୀନ ନିର୍ବିଶେଷରେ ସମସ୍ତଙ୍କୁ ସେମାନଙ୍କ ଦକ୍ଷିଣ ହାତରେ କିମ୍ବା ସେମାନଙ୍କ କପାଳରେ ଗୋଟିଏ ଚିହ୍ନ ଧାରଣ କରିବା ପାଇଁ ବାଧ୍ୟ କଲା।

17 ଯେଉଁ ମନୁଷ୍ୟ ସେହି ପଶୁର ନାମ କିମ୍ବା ତାହାର ନାମର ସଂଖ୍ୟା ଧାରଣ କରି ନ ଥିବ, ସେ କୌଣସି ଜିନିଷ କିଣାବିକା କରି ପାରିବ ନାହିଁ।

18 ଯେଉଁ ଲୋକର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟାର ଅର୍ଥକୁ ଠିକ୍ ରୂପ ଦେଇ ପାରିବ। ଏଥିପାଇଁ ବୁଦ୍ଧି ଆବଶ୍ୟକ କାରଣ ଏହି ସଂଖ୍ୟା ଗୋଟିଏ ମନୁଷ୍ୟର ସଂଖ୍ୟା। ତାହାର ସଂଖ୍ୟା ହେଉଛି 666।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan