Biblia Todo Logo
Bìoball air-loidhne

- Sanasan -

୧ ତୀମଥି 2 - ଓଡିଆ ବାଇବେଲ


ମଣ୍ଡଳୀର ଉପାସନା ବିଧି

1 ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ୱରପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ବାଧାହୀନ ଜୀବନଯାପନ କରିପାରୁ,

2 ଏଥି ନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବ ପ୍ରଥମେ ଅନୁରୋଧ କରୁଅଛି ।

3 ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ;

4 ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ବିଷୟରେ ଜ୍ଞାନ ପାଇ ପାରନ୍ତି, ଏହା ସେ ଇଚ୍ଛା କରନ୍ତି ।

5 କାରଣ ଏକମାତ୍ର ଈଶ୍ୱର ଅଛନ୍ତି, ଆଉ ଈଶ୍ୱର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ;

6 ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣାକୁ ଦାନ କରି ଠିକ୍ ସମୟରେ ସେଥିର ସାକ୍ଷ୍ୟ ଦେଇଅଛନ୍ତି ।

7 ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୂଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ ।

8 ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ ।

9 ସେହିପରି ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁନା କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ଉତ୍ତମ ବୁଦ୍ଧିର ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି

10 ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ ।

11 ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ୱୀକାର କରି ନିରବରେ ଶିକ୍ଷା ଗ୍ରହଣ କରୁ ।

12 ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ନିରବରେ ରହୁ ।

13 କାରଣ ପ୍ରଥମେ ଆଦମ ସୃଷ୍ଟ ହେଲେ, ତାହା ପରେ ହବା;

14 ଆଉ ଆଦମ ଠକରେ ପଡ଼ି ନ ଥିଲେ, ମାତ୍ର ନାରୀ ଠକରେ ପଡ଼ି ଆଜ୍ଞା ନ ମାନିବା ଦୋଷରେ ଦୋଷୀ ହେଲେ;

15 କିନ୍ତୁ ସେମାନେ ଉତ୍ତମ ବୁଦ୍ଧିର ସହ ବିଶ୍ୱାସ, ପ୍ରେମ ଓ ପବିତ୍ରତାରେ ସ୍ଥିର ରହିଲେ ସେ ସନ୍ତାନ ପ୍ରସବ କରିବା ଦ୍ୱାରା ପରିତ୍ରାଣ ପାଇବ ।

© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0

Bridge Connectivity Solutions Pvt. Ltd.
Lean sinn:



Sanasan