Biblia Todo Logo
Bìoball air-loidhne

- Sanasan -

ଯିହିଜିକଲ 15 - ଓଡିଆ ବାଇବେଲ


ଯିରୂଶାଲମ - ଅଯୋଗ୍ୟ ଦ୍ରାକ୍ଷାଲତା

1 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,

2 “ହେ ମନୁଷ୍ୟ-ସନ୍ତାନ, ଦ୍ରାକ୍ଷାଲତାର ଗଛ, ବନସ୍ଥ ବୃକ୍ଷଗଣ ମଧ୍ୟରେ ସ୍ଥିତ ଦ୍ରାକ୍ଷାଲତାର ଶାଖା, ଅନ୍ୟ ସକଳ ଗଛ ଅପେକ୍ଷା କାହିଁରେ ଅଧିକ ?

3 କୌଣସି କାର୍ଯ୍ୟ ନିମନ୍ତେ କି ତହିଁରୁ କାଠ ନିଆଯିବ ? ଅବା କୌଣସି ପାତ୍ର ଟଙ୍ଗାଇବା ନିମନ୍ତେ କି ଲୋକେ ତହିଁରୁ ମେଖ କରିବେ ?

4 ଦେଖ, ଜାଳ ହେବା ପାଇଁ ତାହା ଅଗ୍ନିରେ ପକାଗଲା; ଅଗ୍ନି ତାହାର ଦୁଇ ମୁଣ୍ଡ ଗ୍ରାସ କଲା ଓ ତହିଁର ମଧ୍ୟଭାଗ ଦଗ୍ଧ ହେଲା ତାହା କି କୌଣସି କାର୍ଯ୍ୟକୁ ଆସିବ ?

5 ଦେଖ, ଅବିକଳ ଥିବା ବେଳେ ତାହା କୌଣସି କାର୍ଯ୍ୟର ଯୋଗ୍ୟ ନୋହିଲା; ଅଗ୍ନି ଗ୍ରାସ କଲା ଉତ୍ତାରେ ଓ ତାହା ଦଗ୍ଧ ହେଲା ଉତ୍ତାରେ ତାହା କି କୌଣସି କାର୍ଯ୍ୟର ଅଧିକ ଅଯୋଗ୍ୟ ନୋହିବ ?”

6 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ଯେପରି ବନସ୍ଥ ଗଛସବୁର ମଧ୍ୟସ୍ଥିତ ଦ୍ରାକ୍ଷାଲତାକୁ ଅଗ୍ନିରେ ଜାଳ ହେବା ପାଇଁ ନିରୂପଣ କରିଅଛୁ, ସେହିପରି ଆମ୍ଭେ ଯିରୂଶାଲମ ନିବାସୀମାନଙ୍କୁ ନିରୂପଣ କରିବା।

7 ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ସେମାନେ ଅଗ୍ନିରୁ ବାହାରି ଯିବେ, ମାତ୍ର ଅଗ୍ନି ସେମାନଙ୍କୁ ଗ୍ରାସ କରିବ; ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।

8 ଆଉ, ଆମ୍ଭେ ଦେଶକୁ ଧ୍ୱଂସର ସ୍ଥାନ କରିବା, କାରଣ ସେମାନେ ସତ୍ୟ-ଲଙ୍ଘନ କରିଅଛନ୍ତି,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।

© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0

Bridge Connectivity Solutions Pvt. Ltd.
Lean sinn:



Sanasan