ଆୟୁବ 25 - ଓଡିଆ ବାଇବେଲବିଲ୍ଦଦ୍ - ମନୁଷ୍ୟ ପକ୍ଷେ ଧାର୍ମିକ ଓ ଶୁଚି ଅସମ୍ଭବ 1 ଏଥିରେ ଶୂହୀୟ ବିଲ୍ଦଦ୍ ଉତ୍ତର କରି କହିଲା, 2 “ପ୍ରଭୁତ୍ୱ ଓ ଭୟ ତାହାଙ୍କଠାରେ ଥାଏ; ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି। 3 ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି ? କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ନ ହୁଏ ? 4 ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ ? ଅବା ସ୍ତ୍ରୀଜାତ ଲୋକ କିପରି ଶୁଚି ହୋଇ ପାରିବ ? 5 ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ ଓ ତାରାଗଣ ନିର୍ମଳ ନୁହଁନ୍ତି; 6 ତେବେ କୀଟମାତ୍ର ମନୁଷ୍ୟ କ’ଣ ! ଓ କୃମିମାତ୍ର ମନୁଷ୍ୟ-ସନ୍ତାନ କ’ଣ ? |
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0
Bridge Connectivity Solutions Pvt. Ltd.