Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 1 - ଓଡିଆ ବାଇବେଲ


ପ୍ରଥମ ଖଣ୍ଡ ୧:୧—୪୧:୧୩ ସଫଳତାର ପଥ

1 ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,

2 ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ।

3 ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ।

4 ଦୁଷ୍ଟମାନେ ସେପ୍ରକାର ନୁହଁନ୍ତି; ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି।

5 ଏହେତୁ ଦୁଷ୍ଟମାନେ ବିଚାର ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ଡଳୀରେ ଠିଆ ହେବେ ନାହିଁ।

6 କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ।

© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0

Bridge Connectivity Solutions Pvt. Ltd.
Lean sinn:



Sanasan