ଗୀତସଂହିତା 114 - ଓଡିଆ ବାଇବେଲନିସ୍ତାର ପର୍ବ ସଙ୍ଗୀତ 1 ଯେତେବେଳେ ଇସ୍ରାଏଲ ମିସରରୁ ଓ ଯାକୁବ-ବଂଶ ଅନ୍ୟ ଭାଷାବାଦୀ ଲୋକଙ୍କ ମଧ୍ୟରୁ ବାହାରିଲେ; 2 ସେତେବେଳେ ଯିହୁଦା ତାହାଙ୍କ ଧର୍ମଧାମ ଓ ଇସ୍ରାଏଲ ତାହାଙ୍କ ରାଜ୍ୟ ହେଲା, 3 ସମୁଦ୍ର ତାହା ଦେଖି ପଳାଇଲା; ଯର୍ଦ୍ଦନ ଉଜାଣି ବହିଲା। 4 ପର୍ବତଗଣ ମେଷ ପରି ଓ ଉପପର୍ବତଗଣ ମେଷଶାବକ ପରି ଡିଆଁ ମାରିଲେ। 5 ତୁମ୍ଭର କ’ଣ ହେଲା ଯେ, ହେ ସମୁଦ୍ର, ତୁମ୍ଭେ ପଳାଉଅଛ ? ହେ ଯର୍ଦ୍ଦନ, ତୁମ୍ଭେ ଉଜାଣି ବହୁଅଛ ? 6 ହେ ପର୍ବତଗଣ, ତୁମ୍ଭେମାନେ ମେଷ ପରି, ହେ ଉପପର୍ବତଗଣ, ତୁମ୍ଭେମାନେ ମେଷଶାବକ ପରି ଡିଆଁ ମାରୁଅଛ ? 7 ହେ ପୃଥିବୀ, ତୁମ୍ଭେ ପ୍ରଭୁଙ୍କ ଛାମୁରେ, ଯାକୁବର ପରମେଶ୍ୱରଙ୍କ ଛାମୁରେ କମ୍ପିତ ହୁଅ; 8 ସେ ଶୈଳକୁ ଜଳାଶୟ, ଚକ୍ମକି ପ୍ରସ୍ତରକୁ ନିର୍ଝର କଲେ। |
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0
Bridge Connectivity Solutions Pvt. Ltd.