ଗୀତସଂହିତା 120 - ଓଡିଆ ବାଇବେଲସାହାଯ୍ୟ ପ୍ରାର୍ଥନା ଆରୋହଣ ଗୀତ। 1 ମୁଁ ଆପଣା ବିପଦରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି, ତହିଁରେ ସେ ମୋତେ ଉତ୍ତର ଦେଲେ। 2 ହେ ସଦାପ୍ରଭୁ, ମିଥ୍ୟାବାଦୀ ଓଷ୍ଠାଧରରୁ ଓ ପ୍ରବଞ୍ଚକ ଜିହ୍ୱାରୁ ମୋ’ ପ୍ରାଣକୁ ଉଦ୍ଧାର କର। 3 ହେ ପ୍ରବଞ୍ଚକ ଜିହ୍ୱେ, ତୁମ୍ଭକୁ କଅଣ ଦିଆଯିବ ଓ ତୁମ୍ଭ ପ୍ରତି ଅଧିକ କଅଣ କରାଯିବ ? 4 ବୀରର ତୀକ୍ଷ୍ଣ ତୀର ଓ ରେତମ କାଷ୍ଠର ଅଙ୍ଗାର ସହ ଦଣ୍ଡ ଦେବେ। 5 ହାୟ, ହାୟ, ମୁଁ ମେଶକ୍ରେ ପ୍ରବାସ କରେ। ମୁଁ କେଦାରର ତମ୍ବୁସମୂହ ମଧ୍ୟରେ ବାସ କରେ। 6 ଶାନ୍ତି ଘୃଣାକାରୀ ଲୋକ ସହିତ ମୋ’ ପ୍ରାଣ ଦୀର୍ଘ କାଳ ବାସ କରିଅଛି। 7 ମୁଁ ଶାନ୍ତି ଚାହେଁ; ମାତ୍ର ମୁଁ କଥା କହିଲେ, ସେମାନେ ଯୁଦ୍ଧ ଚାହାନ୍ତି। |
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0
Bridge Connectivity Solutions Pvt. Ltd.