ଗୀତସଂହିତା 123 - ଓଡିଆ ବାଇବେଲକୃପା ଭିକ୍ଷାର ପ୍ରାର୍ଥନା ଆରୋହଣ-ଗୀତ। 1 ହେ ସ୍ୱର୍ଗୋପବିଷ୍ଟ ସଦାପ୍ରଭୁ, ମୁଁ ତୁମ୍ଭ ଆଡ଼େ ଉର୍ଦ୍ଧ୍ୱ ଦୃଷ୍ଟି କରେ। 2 ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ ଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ; ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ। 3 ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ଦୟା କର, ଆମ୍ଭମାନଙ୍କୁ ଦୟା କର; କାରଣ ଆମ୍ଭେମାନେ ଅବଜ୍ଞାରେ ଅତିଶୟ ପୂର୍ଣ୍ଣ ହୋଇଅଛୁ। 4 ସୁଖଶାଳୀମାନଙ୍କ ଉପହାସରେ ଓ ଅହଙ୍କାରୀମାନଙ୍କ ଅବଜ୍ଞାରେ ଆମ୍ଭମାନଙ୍କ ପ୍ରାଣ ଅତିଶୟ ପୂର୍ଣ୍ଣ ହୋଇଅଛି। |
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0
Bridge Connectivity Solutions Pvt. Ltd.