ଗୀତସଂହିତା 124 - ଓଡିଆ ବାଇବେଲସଦାପ୍ରଭୁ ତାହାଙ୍କ ଲୋକମାନଙ୍କର ରକ୍ଷାକର୍ତ୍ତା ଆରୋହଣ-ଗୀତ; ଦାଉଦଙ୍କ ରଚିତ। 1 “ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ,” ଇସ୍ରାଏଲ ଏବେ କହୁନ୍ତୁ; 2 “ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ, ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ; 3 ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା’ନ୍ତେ; 4 ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥା’ନ୍ତା, ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥା’ନ୍ତା 5 ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥା’ନ୍ତା।” 6 ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ଆମ୍ଭମାନଙ୍କୁ ଭକ୍ଷ୍ୟ ସ୍ୱରୂପ ହେବା ପାଇଁ ସେମାନଙ୍କ ଦନ୍ତକୁ ଦେଇ ନାହାନ୍ତି। 7 ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି; ଫାନ୍ଦ ଛିଣ୍ଡିଗଲା, ଆମ୍ଭେମାନେ ରକ୍ଷା ପାଇଲୁ। 8 ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କର ସାହାଯ୍ୟ ଥାଏ। |
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0
Bridge Connectivity Solutions Pvt. Ltd.