ଗୀତସଂହିତା 125 - ଓଡିଆ ବାଇବେଲସଦାପ୍ରଭୁଙ୍କ ଲୋକମାନଙ୍କର ନିରାପତ୍ତା ଆରୋହଣ-ଗୀତ। 1 ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ। 2 ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି। 3 କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ। 4 ହେ ସଦାପ୍ରଭୁ, ଯେଉଁମାନେ ମଙ୍ଗଳ-ସ୍ୱଭାବବିଶିଷ୍ଟ ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର। 5 ମାତ୍ର ଯେଉଁମାନେ ଆପଣା ଆପଣା ବକ୍ରପଥରେ ବିପଥଗାମୀ ହୁଅନ୍ତି, ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ। |
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0
Bridge Connectivity Solutions Pvt. Ltd.