Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 126 - ଓଡିଆ ବାଇବେଲ


ମୁକ୍ତିର ସଙ୍ଗୀତ
ଆରୋହଣ-ଗୀତ।

1 ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ।

2 ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା; ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ, “ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।”

3 ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି; ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ।

4 ହେ ସଦାପ୍ରଭୁ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର।

5 ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ।

6 ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ।

© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0

Bridge Connectivity Solutions Pvt. Ltd.
Lean sinn:



Sanasan