Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 128 - ଓଡିଆ ବାଇବେଲ


ବାଧ୍ୟତାର ପୁରସ୍କାର
ଆରୋହଣ-ଗୀତ।

1 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ।

2 କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।

3 ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ।

4 ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ।

5 ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ; ଆଉ, ତୁମ୍ଭେ ଯାବଜ୍ଜୀବନ ଯିରୂଶାଲମର ମଙ୍ଗଳ ଦେଖିବ।

6 ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।

© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0

Bridge Connectivity Solutions Pvt. Ltd.
Lean sinn:



Sanasan