Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 129 - ଓଡିଆ ବାଇବେଲ


ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।
ଆରୋହଣ-ଗୀତ।

1 “ମୋ’ ଯୌବନଠାରୁ ମୋ’ର ଶତ୍ରୁମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି,” ଇସ୍ରାଏଲ ଏବେ କୁହନ୍ତୁ;

2 “ମୋ’ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋ’ ଉପରେ ଜୟୀ ହୋଇ ନାହାନ୍ତି।

3 କୃଷକମାନେ ମୋ’ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ବ ଲମ୍ବ ଶିଆର କଲେ।

4 ସଦାପ୍ରଭୁ ଧର୍ମମୟ; ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତ କରିଅଛନ୍ତି।”

5 ସିୟୋନକୁ ଘୃଣା କରିବା ଲୋକସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ।

6 ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ;

7 ଯଦ୍ଦ୍ୱାରା କଟାଳୀ ଆପଣା ହସ୍ତ, ଅବା ବିଡ଼ାବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ।

8 “କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ,” ଏହା ପଥିକମାନେ କହନ୍ତି ନାହିଁ।

© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0

Bridge Connectivity Solutions Pvt. Ltd.
Lean sinn:



Sanasan