ଗୀତସଂହିତା 13 - ଓଡିଆ ବାଇବେଲସହାୟତା ପାଇଁ ନିବେଦନ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। 1 ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ ? ତୁମ୍ଭେ କେତେ କାଳ ମୋ’ଠାରୁ ଆପଣା ମୁଖ ଲୁଚାଇବ ? 2 ମୁଁ ସାରାଦିନ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ କେତେ କାଳ ମନେ ମନେ ପରାମର୍ଶ କରିବି ? କେତେ କାଳ ମୋ’ ଶତ୍ରୁ ମୋ’ ଉପରେ ଉଚ୍ଚୀକୃତ ହେବ ? 3 ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି; 4 କେଜାଣି ମୋ’ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ। 5 ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ; 6 ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି, କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି। |
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0
Bridge Connectivity Solutions Pvt. Ltd.