Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 133 - ଓଡିଆ ବାଇବେଲ


ଭ୍ରାତୃପ୍ରେମ
ଆରୋହଣ ଗୀତ, ଦାଉଦଙ୍କ ରଚିତ।

1 ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା କିପରି ଉତ୍ତମ ଓ ମନୋହର !

2 ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ୱରୂପ, ଯାହା ଦାଢ଼ିରେ, ଅର୍ଥାତ୍‍, ହାରୋଣଙ୍କର ଦାଢ଼ିରେ ବହି ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା।

3 ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନନ୍ତ ଜୀବନ ଆଜ୍ଞା କଲେ।

© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0

Bridge Connectivity Solutions Pvt. Ltd.
Lean sinn:



Sanasan