ଗୀତସଂହିତା 15 - ଓଡିଆ ବାଇବେଲସଦାପ୍ରଭୁଙ୍କ ଆବଶ୍ୟକତା ଦାଉଦଙ୍କର ଗୀତ। 1 ହେ ସଦାପ୍ରଭୁ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ ? 2 ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ। 3 ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ। 4 ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ। 5 ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ। |
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0
Bridge Connectivity Solutions Pvt. Ltd.