Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 150 - ଓଡିଆ ବାଇବେଲ


ପରମେଶ୍ୱରଙ୍କ ସ୍ତୁତିଗାନ

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ୱରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର; ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାହାଙ୍କର ପ୍ରଶଂସା କର;

2 ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା କର। ତାହାଙ୍କ ଶ୍ରେଷ୍ଠ ମହତ୍ତ୍ୱାନୁସାରେ ତାହାଙ୍କର ପ୍ରଶଂସା କର।

3 ତୂରୀ ଧ୍ୱନିରେ ତାହାଙ୍କର ପ୍ରଶଂସା କର; ନେବଲ ଓ ବୀଣା ଯନ୍ତ୍ରରେ ତାହାଙ୍କର ପ୍ରଶଂସା କର।

4 ଦାରାବାଦ୍ୟ ଓ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର। ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାହାଙ୍କର ପ୍ରଶଂସା କର।

5 ଉଚ୍ଚ କରତାଳରେ ତାହାଙ୍କର ପ୍ରଶଂସା କର; ଉଚ୍ଚ କରତାଳ ଧ୍ୱନିରେ ତାହାଙ୍କର ପ୍ରଶଂସା କର;

6 ନିଃଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0

Bridge Connectivity Solutions Pvt. Ltd.
Lean sinn:



Sanasan