Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 3 - ଓଡିଆ ବାଇବେଲ


ପ୍ରଭାତକାଳୀନ ପ୍ରାର୍ଥନା
ଦାଉଦଙ୍କର ଆପଣା ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ।

1 ହେ ସଦାପ୍ରଭୁ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି। ମୋ’ ବିରୁଦ୍ଧରେ ଉତ୍‍ଥିତ ଲୋକ ଅନେକ।

2 ଅନେକେ ମୋ’ ପ୍ରାଣ ବିଷୟରେ କହନ୍ତି, “ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ।” [ସେଲା]

3 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋ’ ମସ୍ତକ ଉଠାଇବା କର୍ତ୍ତା ଅଟ।

4 ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। [ସେଲା]

5 ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି।

6 ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ।

7 ହେ ସଦାପ୍ରଭୁ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର। କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ।

8 ପରିତ୍ରାଣ ସଦାପ୍ରଭୁଙ୍କର ଅଧିକାର; ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ। [ସେଲା]

© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0

Bridge Connectivity Solutions Pvt. Ltd.
Lean sinn:



Sanasan