ଗୀତସଂହିତା 4 - ଓଡିଆ ବାଇବେଲସାହାଯ୍ୟାର୍ଥେ ସନ୍ଧ୍ୟାକାଳୀନ ପ୍ରାର୍ଥନା ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। 1 ହେ ମୋହର ଧର୍ମ ସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ; ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ। 2 ହେ ମନୁଷ୍ୟ-ସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ୱେଷଣ କରିବ ? [ସେଲା] 3 ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍ଭକ୍ତ ଲୋକକୁ ପୃଥକ୍ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ। 4 ଭୀତ ହୁଅ ଓ ପାପ କର ନାହିଁ; ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। [ସେଲା] 5 ଧର୍ମବଳି ଉତ୍ସର୍ଗ କର ଓ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର। 6 ଅନେକେ କହନ୍ତି, “କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ ?” ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର। 7 ତୁମ୍ଭେ ମୋ’ ଅନ୍ତଃକରଣରେ ଆନନ୍ଦ ଦେଇଅଛ, ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ। 8 ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୁ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ। |
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0
Bridge Connectivity Solutions Pvt. Ltd.