Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 70 - ଓଡିଆ ବାଇବେଲ


ସାହାଯ୍ୟ ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ; ସ୍ମରଣୋପାୟ।

1 ହେ ପରମେଶ୍ୱର, ମୋତେ ଉଦ୍ଧାର କରିବା ପାଇଁ ସତ୍ୱର ହୁଅ; ହେ ସଦାପ୍ରଭୁ, ମୋହର ସାହାଯ୍ୟ କରିବା ପାଇଁ ସତ୍ୱର ହୁଅ।

2 ମୋହର ପ୍ରାଣ ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋ’ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରି ଯାଇ ଅପମାନିତ ହେଉନ୍ତୁ।

3 ଯେଉଁମାନେ “ହଁ, ହଁ” ବୋଲି କହନ୍ତି, ସେମାନେ ଆପଣା ଆପଣା ଲଜ୍ଜା ସକାଶୁ ଫେରି ଯାଉନ୍ତୁ।

4 ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ପୁଣି, ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, “ସେମାନେ ପରମେଶ୍ୱର ମହିମାନ୍ୱିତ ହେଉନ୍ତୁ” ବୋଲି ନିରନ୍ତର କହୁନ୍ତୁ,

5 ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ହେ ପରମେଶ୍ୱର, ମୋ’ ପକ୍ଷରେ ସତ୍ୱର ହୁଅ; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ସଦାପ୍ରଭୁ, ବିଳମ୍ବ କର ନାହିଁ।

© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0

Bridge Connectivity Solutions Pvt. Ltd.
Lean sinn:



Sanasan