Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 82 - ଓଡିଆ ବାଇବେଲ


ପରମେଶ୍ୱର ସର୍ବୋପରିସ୍ଥ ରାଜା
ଆସଫର ଗୀତ।

1 ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ବସଅଛିନ୍ତି; ସେ ଦେବତାମାନଙ୍କ ବିଚାର କରନ୍ତି।

2 ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ ? ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ ? [ସେଲା]

3 ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର; ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର।

4 ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର; ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର।

5 ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ।

6 ମୁଁ କହିଲି, “ତୁମ୍ଭେମାନେ ଈଶ୍ୱରଗଣ ଓ ତୁମ୍ଭେ ସମସ୍ତେ ସର୍ବୋପରିସ୍ଥଙ୍କ ସନ୍ତାନ।

7 ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ ଓ ଜଣେ ଅଧିପତି ତୁଲ୍ୟ ପତିତ ହେବ।”

8 ହେ ପରମେଶ୍ୱର, ଉଠ, ପୃଥିବୀର ବିଚାର କର; କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ।

© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0

Bridge Connectivity Solutions Pvt. Ltd.
Lean sinn:



Sanasan