ଗୀତସଂହିତା 87 - ଓଡିଆ ବାଇବେଲଯିରୂଶାଲମର ପ୍ରଶଂସା ଗୀତ; କୋରହ-ସନ୍ତାନଗଣର ଗୀତ। 1 ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଉପରେ ସ୍ଥାପିତ। 2 ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା ସିୟୋନର ଦ୍ୱାରସମୂହକୁ ଅଧିକ ସ୍ନେହ କରନ୍ତି। 3 ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। [ସେଲା] 4 ମୋ’ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; ଏହି ଜଣ ସେଠାରେ ଜାତ ହେଲା। 5 ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ; ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ।” 6 ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, “ଏଜଣ ସେଠାରେ ଜାତ ହେଲା ବୋଲି ଗଣନା କରିବେ।” [ସେଲା] 7 ଗାୟକ ଓ ନର୍ତ୍ତକମାନେ କହିବେ, “ମୋହର ସବୁ ଝର ତୁମ୍ଭଠାରେ ଅଛି।” |
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0
Bridge Connectivity Solutions Pvt. Ltd.