Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 93 - ଓଡିଆ ବାଇବେଲ


ସଦାପ୍ରଭୁ ହିଁ ରାଜା

1 ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ; ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧି ଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ।

2 ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ; ତୁମ୍ଭେ ଅନାଦି କାଳରୁ ବିଦ୍ୟମାନ।

3 ହେ ସଦାପ୍ରଭୁ, ନଦୀସକଳ ବଢ଼ି ଉଠିଅଛନ୍ତି, ନଦୀସବୁ ଆପଣା ଆପଣା ଧ୍ୱନି ଉଠାଇ ଅଛନ୍ତି; ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି।

4 ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।

5 ତୁମ୍ଭର ପ୍ରମାଣ-ବାକ୍ୟ ଅତି ନିଶ୍ଚିତ; ହେ ସଦାପ୍ରଭୁ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା।

© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0

Bridge Connectivity Solutions Pvt. Ltd.
Lean sinn:



Sanasan