ଗୀତସଂହିତା 98 - ଓଡିଆ ବାଇବେଲସଦାପ୍ରଭୁ ହିଁ ଜଗତର ଶାସନକର୍ତ୍ତା ଗୀତ। 1 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟ କର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି। 2 ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି। 3 ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି। 4 ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର; ଉଚ୍ଚ ଧ୍ୱନି କର, ଆନନ୍ଦ ଗାନ କର ଓ ପ୍ରଶଂସା ଗାନ କର। 5 ବୀଣାଯନ୍ତ୍ରରେ, ବୀଣା ଓ ଏକତାନ ସ୍ୱରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର। 6 ତୂରୀ ଓ ଭେରୀ ନାଦରେ ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ୱନି କର। 7 ସମୁଦ୍ର ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ; 8 ନଦ-ନଦୀଗଣ କରତାଳି ଦେଉନ୍ତୁ; ପର୍ବତଗଣ ଏକସଙ୍ଗେ ଆନନ୍ଦଗାନ କରନ୍ତୁ; 9 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ। |
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0
Bridge Connectivity Solutions Pvt. Ltd.