Biblia Todo Logo
Bìoball air-loidhne

- Sanasan -




୧ ଯୋହନ 1:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆମ୍ଭେମାନେ ପାପ କରି ନାହୁଁ, ଏହା ଯଦି କହୁ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ମିଥ୍ୟାବାଦୀ କରୁ, ପୁଣି, ତାହାଙ୍କ ବାକ୍ୟ ଆମ୍ଭମାନଙ୍କଠାରେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ଆମ୍ଭେମାନେ ପାପ କରି ନାହୁଁ, ଏହା ଯଦି କହୁ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ମିଥ୍ୟାବାଦୀ କରୁ, ପୁଣି ତାହାଙ୍କ ବାକ୍ୟ ଆମ୍ଭମାନଙ୍କଠାରେ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

10 ଆମ୍ଭେମାନେ ପାପ କରି ନାହୁଁ, ଏହା ଯଦି କହୁ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ମିଥ୍ୟାବାଦୀ କରୁ, ପୁଣି, ତାହାଙ୍କ ବାକ୍ୟ ଆମ୍ଭମାନଙ୍କଠାରେ ନାହିଁ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

10 ଆମେ ପାପ କରି ନୈୁଁ ବୋଲି ଯଦି କହୁ, ଈଶ୍ୱରଙ୍କୁ ମିଥ୍ୟାବାଦୀ ବୋଲି ଅଭିଯୁକ୍ତ କରୁଛୁ- ତାଙ୍କର ବାକ୍ୟ ଆମ ହୃଦୟରେ ସ୍ଥାନ ପାଇ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

10 ଆମ୍ଭେ ଯଦି କହୁ ଯେ ଆମ୍ଭେ କିଛି ପାପ କରି ନାହୁଁ, ତେବେ ଆମ୍ଭେ ପରମେଶ୍ୱରଙ୍କୁ ମିଥ୍ୟାବାଦୀ କରୁ ଏବଂ ତାହାଙ୍କ ସତ୍ୟଶିକ୍ଷା ଆମ୍ଭେମାନେ ଗ୍ରହଣ କରି ନାହୁଁ।

Faic an caibideil Dèan lethbhreac




୧ ଯୋହନ 1:10
12 Iomraidhean Croise  

ମନୁଷ୍ୟ କିଏ ଯେ, ସେ ଶୁଚି ହୋଇପାରେ? ଓ ସ୍ତ୍ରୀଜାତ ମନୁଷ୍ୟ କିଏ ଯେ, ସେ ଧାର୍ମିକ ହୋଇପାରେ?


ପୁଣି, ବର୍ତ୍ତମାନ ଯଦି ଏପରି ନ ହୁଏ, ତେବେ କିଏ ଆମ୍ଭକୁ ମିଥ୍ୟାବାଦୀ ବୋଲି ପ୍ରମାଣ କରିବ ଓ ଆମ୍ଭ କଥାକୁ ନିରର୍ଥକ କରିବ?”


ହେ ସଦାପ୍ରଭୋ, ତୁମ୍ଭେ ଯଦି ଅପରାଧସବୁ ଧରିବ, ତେବେ ହେ ପ୍ରଭୋ, କିଏ ଠିଆ ହେବ?


ତଥାପି ତୁମ୍ଭେ କହିଲ, ‘ଆମ୍ଭେ ନିର୍ଦ୍ଦୋଷ; ଅବଶ୍ୟ ଆମ୍ଭଠାରୁ ତାହାଙ୍କର କ୍ରୋଧ ଫେରିଅଛି।’ ତୁମ୍ଭେ କହୁଅଛ, ‘ଆମ୍ଭେ ପାପ କରି ନାହୁଁ,’ ଏହେତୁ ଦେଖ, ଆମ୍ଭେ ତୁମ୍ଭର ବିଚାର କରିବା।


ଯେ ତାହାଙ୍କର ସାକ୍ଷ୍ୟ ଗ୍ରହଣ କରିଅଛି, ଈଶ୍ବର ଯେ ସତ୍ୟ, ଏହା ସେ ମୁଦ୍ରାଙ୍କନ କରିଅଛି।


ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।


ଆମ୍ଭମାନଙ୍କର ପାପ ନାହିଁ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ।


ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ପିତାଙ୍କୁ ଜାଣିଅଛ। ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ବଳବାନ, ପୁଣି, ଈଶ୍ବରଙ୍କ ବାକ୍ୟ ତୁମ୍ଭମାନଙ୍କଠାରେ ଅଛି ଓ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।


ତାହାଙ୍କ ଆଜ୍ଞା ପାଳନ ନ କରି ତାହାଙ୍କୁ ଜାଣେ ବୋଲି ଯେ କହେ, ସେ ମିଥ୍ୟାବାଦୀ ଓ ତାହାଠାରେ ସତ୍ୟ ନାହିଁ;


ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ବରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ।


ଯେ ଈଶ୍ବରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଈଶ୍ବରଙ୍କ ସାକ୍ଷ୍ୟ ବିଶ୍ୱାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ବର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ୱାସ କରି ନାହିଁ।


ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଅନନ୍ତକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ।


Lean sinn:

Sanasan


Sanasan