Biblia Todo Logo
Bìoball air-loidhne

- Sanasan -




୧ ଯୋହନ 3:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯେ କେହି ପାପ କରେ, ସେ ମଧ୍ୟ ବ୍ୟବସ୍ଥା ଲଙ୍ଘନ କରେ, କାରଣ ବ୍ୟବସ୍ଥା ଲଙ୍ଘନ ହିଁ ପାପ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ଯେକେହି ପାପ କରେ, ସେ ମଧ୍ୟ ବ୍ୟବସ୍ଥା ଲଙ୍ଘନ କରେ, କାରଣ ବ୍ୟବସ୍ଥା ଲଙ୍ଘନ ହିଁ ପାପ।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ଯେ କେହି ପାପ କରେ, ସେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରେ, କାରଣ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ହିଁ ପାପ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

4 ଯେ କେହି ପାପ କରେ, ସେ ଈଶ୍ୱରଙ୍କ ଆଜ୍ଞା ଲଘଂନ କରେ, କାରଣ ପାପର ଅର୍ଥ ହେଉଛି ଆଜ୍ଞା ଲଘଂନ।

Faic an caibideil Dèan lethbhreac

ପବିତ୍ର ବାଇବଲ

4 ଯେଉଁ ଲୋକ ପାପ କରେ, ସେ ପରମେଶ୍ୱରଙ୍କର ନିୟମ ଭାଙ୍ଗେ। କାରଣ ନିୟମର ଲଙ୍ଘନ ହେଉଛି ପାପ।

Faic an caibideil Dèan lethbhreac




୧ ଯୋହନ 3:4
17 Iomraidhean Croise  

ତେବେ ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ଅନୁତାପ କରନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ‘ଆମ୍ଭେମାନେ ପାପ କଲୁ ଓ ବିପଥଗାମୀ ହେଲୁ ଓ ଦୁଷ୍ଟପଣ କଲୁ;’


ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ଅବିଶ୍ଵସ୍ତତା ସକାଶୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ।


ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଯିହୋୟାଦା ଯାଜକର ପୁତ୍ର ଜିଖରୀୟ ଉପରେ ଅଧିଷ୍ଠାନ କଲେ, ତହିଁରେ ସେ ଲୋକମାନଙ୍କ ମଧ୍ୟରେ ଉଚ୍ଚସ୍ଥାନରେ ଠିଆ ହୋଇ ସେମାନଙ୍କୁ କହିଲା, “ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଆଜ୍ଞାସବୁ ଲଙ୍ଘନ କରୁଅଛ? ଏଥିରେ କୃତକାର୍ଯ୍ୟ ନୋହିବ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବାରୁ ସେ ମଧ୍ୟ ତୁମ୍ଭମାନଙ୍କୁ ପରିତ୍ୟାଗ କରିଅଛନ୍ତି।”


ସେ ଉପଦ୍ରବ ଓ ବିଚାର ଦ୍ୱାରା ଦୂରୀକୃତ ହେଲେ; ଆଉ, ସେ ଯେ ଜୀବିତ ଲୋକମାନଙ୍କ ଦେଶରୁ ଉଚ୍ଛିନ୍ନ ହେଲେ, ଏହା ତାହାଙ୍କ ସମୟର ଲୋକମାନଙ୍କ ମଧ୍ୟରେ କିଏ ବିବେଚନା କଲା? ଆମ୍ଭ ଲୋକମାନଙ୍କର ଅପରାଧ ନିମନ୍ତେ ସେ ପ୍ରହାରିତ ହେଲେ।


ହଁ, ସମୁଦାୟ ଇସ୍ରାଏଲ ତୁମ୍ଭର ବ୍ୟବସ୍ଥା ଲଙ୍ଘନ କରିଅଛନ୍ତି, ତୁମ୍ଭର ରବରେ ଯେପରି ସେମାନେ ମନୋଯୋଗ ନ କରିବେ, ଏଥିପାଇଁ ସେମାନେ ବିପଥଗାମୀ ହୋଇଅଛନ୍ତି, ଏହି କାରଣରୁ ଅଭିଶାପ ଓ ପରମେଶ୍ୱରଙ୍କ ସେବକ ମୋଶାଙ୍କ ବ୍ୟବସ୍ଥାରେ ଲିଖିତ ଶପଥ ଆମ୍ଭମାନଙ୍କ ଉପରେ ଢଳା ଯାଇଅଛି; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ପାପ କରିଅଛୁ।


କାରଣ ସେ ସଦାପ୍ରଭୁଙ୍କ ବାକ୍ୟ ଅବଜ୍ଞା କଲା ଓ ତାହାଙ୍କର ଆଜ୍ଞାଲଙ୍ଘନ କଲା; ସେହି ପ୍ରାଣୀ ନିତାନ୍ତ ଉଚ୍ଛିନ୍ନ ହେବ, ତାହାର ଅପରାଧ ତାହା ଉପରେ ବର୍ତ୍ତିବ।”


ଅତଏବ ଯେ କେହି ଏହି ସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ଅମାନ୍ୟ କରେ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ପରିଚିତ ହେବ; କିନ୍ତୁ ଯେକେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ ମହାନ ବୋଲି ପରିଚିତ ହେବ।


ସେତେବେଳେ ପାଉଲ ତାହାଙ୍କୁ କହିଲେ, ହେ ଶୁକ୍ଳୀକୃତ ପ୍ରାଚୀର, ଈଶ୍ବର ତୁମ୍ଭକୁ ଆଘାତ କରିବେ, ତୁମ୍ଭେ ଏକାବେଳେ ବ୍ୟବସ୍ଥା ଅନୁସାରେ ମୋହର ବିଚାର କରିବାକୁ ବସି ବ୍ୟବସ୍ଥା ବିରୁଦ୍ଧରେ ମୋତେ ଆଘାତ କରିବା ପାଇଁ କି ଆଜ୍ଞା ଦେଉଅଛ?


କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ପ୍ରାଣୀ ତାହାଙ୍କ ଛାମୁରେ ଧାର୍ମିକ ଗଣିତ ହେବ ନାହିଁ, ଯେହେତୁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପର ଜ୍ଞାନ ଜନ୍ମେ।


କାରଣ ବ୍ୟବସ୍ଥା କ୍ରୋଧ ଜନ୍ମାଏ, କିନ୍ତୁ ଯେଉଁଠାରେ ବ୍ୟବସ୍ଥା ନାହିଁ, ସେଠାରେ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ମଧ୍ୟ ନାହିଁ।


କାଳେ ମୁଁ ପୁନର୍ବାର ଉପସ୍ଥିତ ହେଲେ ମୋହର ଈଶ୍ବର ତୁମ୍ଭମାନଙ୍କ ସମ୍ବନ୍ଧରେ ମୋତେ ପୁନର୍ବାର ଅବନତ କରନ୍ତି, ପୁଣି, ଯେଉଁମାନେ ପୂର୍ବରେ ପାପ କରିଅଛନ୍ତି, ଆଉ ଆପଣା ଆପଣା କୃତ ଅଶୁଚିତା, ବ୍ୟଭିଚାର ଓ କାମୁକତା ସକାଶେ ଅନୁତାପ କରି ନାହାନ୍ତି, ଏପରି ଅନେକ ଲୋକଙ୍କ ନିମନ୍ତେ ମୁଁ ଶୋକ କରେ।


ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ।


ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଏପରି ପାପ ଅଛି, ଯାହା ମୃତ୍ୟୁଜନକ ନୁହେଁ।


ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, “ମୁଁ ପାପ କରିଅଛି; କାରଣ ମୁଁ ସଦାପ୍ରଭୁଙ୍କର ଆଜ୍ଞା ଓ ତୁମ୍ଭ ବାକ୍ୟ ଲଙ୍ଘନ କରିଅଛି; ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ ରବ ଶୁଣିଲି।


Lean sinn:

Sanasan


Sanasan