Biblia Todo Logo
Bìoball air-loidhne

- Sanasan -




୧ ଯୋହନ 4:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କିନ୍ତୁ ଆମ୍ଭେମାନେ ଈଶ୍ବରଙ୍କଠାରୁ ଜାତ; ଯେ ଈଶ୍ବରଙ୍କୁ ଜାଣେ, ସେ ଆମ୍ଭମାନଙ୍କ କଥା ଶୁଣେ; ଯେ ଈଶ୍ବରଙ୍କଠାରୁ ଜାତ ନୁହେଁ, ସେ ଆମ୍ଭମାନଙ୍କ କଥା ଶୁଣେ ନାହିଁ। ଏତଦ୍ଵାରା ଆମ୍ଭେମାନେ ସତ୍ୟମୟ ଆତ୍ମା ଓ ଭ୍ରାନ୍ତିପୂର୍ଣ୍ଣ ଆତ୍ମାକୁ ଚିହ୍ନି ପାରୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 କିନ୍ତୁ ଆମ୍ଭେମାନେ ଈଶ୍ଵରଙ୍କଠାରୁ ଜାତ; ଯେ ଈଶ୍ଵରଙ୍କୁ ଜାଣେ, ସେ ଆମ୍ଭମାନଙ୍କ କଥା ଶୁଣେ; ଯେ ଈଶ୍ଵରଙ୍କଠାରୁ ଜାତ ନୁହେଁ, ସେ ଆମ୍ଭମାନଙ୍କ କଥା ଶୁଣେ ନାହିଁ। ଏତଦ୍ଦ୍ଵାରା ଆମ୍ଭେମାନେ ସତ୍ୟମୟ ଆତ୍ମା ଓ ଭ୍ରାନ୍ତିପୂର୍ଣ୍ଣ ଆତ୍ମାକୁ ଚିହ୍ନି ପାରୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 କିନ୍ତୁ ଆମ୍ଭେମାନେ ଈଶ୍ୱରଙ୍କଠାରୁ ଜାତ; ଯେ ଈଶ୍ୱରଙ୍କୁ ଜାଣେ, ସେ ଆମ୍ଭମାନଙ୍କ କଥା ଶୁଣେ; ଯେ ଈଶ୍ୱରଙ୍କଠାରୁ ଜାତ ନୁହେଁ, ସେ ଆମ୍ଭମାନଙ୍କ କଥା ଶୁଣେ ନାହିଁ। ଏତଦ୍ୱାରା ଆମ୍ଭେମାନେ ସତ୍ୟମୟ ଆତ୍ମା ଓ ଭ୍ରାନ୍ତିପୂର୍ଣ୍ଣ ଆତ୍ମାକୁ ଚିହ୍ନି ପାରୁ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

6 କିନ୍ତୁ ଆମେ ଈଶ୍ୱରଙ୍କର। ଯେ କେହି ଈଶ୍ୱରଙ୍କୁ ଜାଣେ, ସେ ଆମ ପ୍ରତି କର୍ଣ୍ଣପାତ କର। ଯେଉଁମାନେ ଈଶ୍ୱରଙ୍କ ନୁହଁନ୍ତି, ସେମାନେ ଆମ କଥଶ ଶୁଣନ୍ତି ନାହିଁ। ସତ୍ୟ ଆତ୍ମା ଓ ପ୍ରଞ୍ଚକ ଆତ୍ମା ମଧ୍ୟରେ ଏହି ପାର୍ଥକ୍ୟ ଆମେ ଲକ୍ଷ୍ୟ କରିପାରିବା।

Faic an caibideil Dèan lethbhreac

ପବିତ୍ର ବାଇବଲ

6 କିନ୍ତୁ ଆମ୍ଭେ ସବୁ ପରମେଶ୍ୱରଙ୍କର। ତେଣୁ ପରମେଶ୍ୱରଙ୍କୁ ଜାଣିଥିବା ଲୋକ ଆମ୍ଭ କଥା ଶୁଣେ। ଯେଉଁ ଲୋକ ପରମେଶ୍ୱରଙ୍କର ନୁହେଁ, ସେ ଆମ୍ଭ କଥା ଶୁଣେ ନାହିଁ। ଏହିପରି ଭାବରେ ଆମ୍ଭେ ସତ୍ୟମୟ ଆତ୍ମା ଓ ଲୋକମାନଙ୍କୁ ବିଭ୍ରାନ୍ତ କରୁଥିବା ଆତ୍ମାକୁ ଚିହ୍ନି ପାରିବା।

Faic an caibideil Dèan lethbhreac




୧ ଯୋହନ 4:6
33 Iomraidhean Croise  

ସେ କହିଲା, ‘ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି’ ତେବେ ସେ କହିଲେ, ‘ତୁମ୍ଭେ ତାହାକୁ ଫୁସୁଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।’


କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ୱରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି।


ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।


ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ଡର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ୱରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି।


ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍‍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍‍ବକ୍ତା ହେବ।


ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ।


“ମୋହର ପିତାଙ୍କ ଅଧିକାରର ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି, ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।”


ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ।


ମୋʼ ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି,


ଦ୍ୱାରୀ ତାହା ନିମନ୍ତେ ଦ୍ୱାର ଫିଟାଇଦିଏ, ପୁଣି, ମେଷଗୁଡ଼ିକ ତାହାର ସ୍ୱର ଶୁଣନ୍ତି, ଆଉ ସେ ନିଜର ମେଷସବୁକୁ ନାମ ଧରି ଡାକି ବାହାର କରି ଘେନିଯାଏ।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।”


ଅର୍ଥାତ୍‍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ। ଜଗତ ତାହାଙ୍କୁ ଗ୍ରହଣ କରିପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ବା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି, ସେ ତୁମ୍ଭମାନଙ୍କ ଅନ୍ତରରେ ରହିବେ।


ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବର୍ହିଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋʼ ବିଷୟରେ ସାକ୍ଷ୍ୟ ଦେବେ;


କିନ୍ତୁ ସେ, ଅର୍ଥାତ୍‍, ସତ୍ୟମୟ ଆତ୍ମା ଆସିଲେ ସେ ପଥ ଦେଖାଇ ତୁମ୍ଭମାନଙ୍କୁ ସମସ୍ତ ସତ୍ୟରେ ପ୍ରବେଶ କରାଇବେ, କାରଣ ସେ ଆପଣାଠାରୁ କଥା କହିବେ ନାହିଁ, ମାତ୍ର ଯାହା ଯାହା ଶୁଣିବେ, ସେହିସବୁ କହିବେ, ପୁଣି, ଆଗାମୀ ବିଷୟସବୁ ତୁମ୍ଭମାନଙ୍କୁ ଜଣାଇବେ।


ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କଅଣ ଜଣେ ରାଜା ନୁହଁ? ଯୀଶୁ ଉତ୍ତର ଦେଲେ, “ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା। ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥିନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି। ଯେ କେହି ସତ୍ୟର ସନ୍ତାନ, ସେ ମୋହର କଥା ଶୁଣେ।”


ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି।”


ସେଥିରେ ସେମାନେ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁମ୍ଭର ପିତା କାହାନ୍ତି? ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ମୋତେ ଜାଣ ନାହିଁ କିମ୍ବା ମୋହର ପିତାଙ୍କୁ ମଧ୍ୟ ଜାଣ ନାହିଁ; ଯଦି ମୋତେ ଜାଣିଥାଆନ୍ତ, ତେବେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ।”


ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଅଧଃସ୍ଥାନରୁ ଉତ୍ପନ୍ନ, ମୁଁ ଊର୍ଦ୍ଧ୍ୱସ୍ଥାନରୁ ଉତ୍ପନ୍ନ; ତୁମ୍ଭେମାନେ ଜଗତରୁ ଉତ୍ପନ୍ନ, ମୁଁ ଜଗତରୁ ଉତ୍ପନ୍ନ ନୁହେଁ।”


ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତ ଜଣେ ପ୍ରେରିତ, ପୁଣି, ଈଶ୍ବର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ୱାରା ପୂର୍ବରେ ପ୍ରତିଜ୍ଞା କରିଥିଲେ, ସେହି ସୁସମାଚାର ନିମନ୍ତେ ପୃଥକୀକୃତ,


ଯେପରି ଲେଖାଅଛି, “ଈଶ୍ବର ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଜଡ଼ତାର ଆତ୍ମା ଦେଇଅଛନ୍ତି, ଏପରି ଚକ୍ଷୁ ଦେଇଅଛନ୍ତି, ଯେପରି ସେମାନେ ଦେଖିବେ ନାହିଁ, ଆଉ ଏପରି କର୍ଣ୍ଣ ଦେଇଅଛନ୍ତି, ଯେପରି ସେମାନେ ଶୁଣିବେ ନାହିଁ।”


କେହି ଯଦି ଆପଣାକୁ ଭାବବାଦୀ ବା ଆତ୍ମିକ ଦାନ ପ୍ରାପ୍ତ ବୋଲି ମନେ କରେ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଲେଖୁଅଛି, ସେହିସବୁ ଯେ ପ୍ରଭୁଙ୍କ ଆଜ୍ଞା, ଏହା ସେ ଜ୍ଞାତ ହେଉ।


ତୁମ୍ଭେମାନେ ବାହ୍ୟ ବିଷୟସବୁ ଦେଖୁଅଛ। ଯଦି କେହି ଆପଣାକୁ ଖ୍ରୀଷ୍ଟଙ୍କର ବୋଲି ବିଶ୍ୱାସ କରେ, ତେବେ ସେ ଯେପରି ଖ୍ରୀଷ୍ଟଙ୍କର, ଆମ୍ଭେମାନେ ମଧ୍ୟ ଯେ ସେହିପରି ଖ୍ରୀଷ୍ଟଙ୍କର, ଏହା ସେ ପୁଣି, ଆପେ ବିବେଚନା କରୁ।


ଯେଉଁମାନେ ଈଶ୍ବରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,


ପବିତ୍ର ଆତ୍ମା ସ୍ପଷ୍ଟ ରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ


ତୁମ୍ଭେମାନେ ଯେପରି ପବିତ୍ର ଭାବବାଦୀମାନଙ୍କ ଦ୍ୱାରା ପୂର୍ବକାଳରେ ଉକ୍ତ ବାକ୍ୟସବୁ ପୁଣି, ତୁମ୍ଭମାନଙ୍କ ପ୍ରେରିତମାନଙ୍କ ଦ୍ୱାରା କଥିତ ପ୍ରଭୁ ଓ ତ୍ରାଣକର୍ତ୍ତାଙ୍କର ଆଜ୍ଞାଗୁଡ଼ିକ ସ୍ମରଣରେ ରଖ, ଏଥିନିମନ୍ତେ ଉଭୟ ପତ୍ରରେ ମୁଁ ତୁମ୍ଭମାନଙ୍କୁ ସେହିସବୁ ସ୍ମରଣ କରାଇ ତୁମ୍ଭମାନଙ୍କ ସରଳ ମନକୁ ଉତ୍ତେଜିତ କରିବାକୁ ଚେଷ୍ଟା କରୁଅଛି।


ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ବରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।


ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ବରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ।


ଯେ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କୁ ଜାଣେ ନାହିଁ, କାରଣ ଈଶ୍ବର ତ ପ୍ରେମ।


ଆମ୍ଭେମାନେ ଯେ ଈଶ୍ବରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ।


କିନ୍ତୁ, ହେ ପ୍ରିୟମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତମାନେ ପୂର୍ବେ ଯେଉଁସବୁ କଥା କହିଅଛନ୍ତି, ସେହିସବୁ ସ୍ମରଣ କର;


Lean sinn:

Sanasan


Sanasan