Biblia Todo Logo
Bìoball air-loidhne

- Sanasan -




୧ ପିତର 1:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ସେହି ପରିତ୍ରାଣ ସମ୍ବନ୍ଧରେ ଯତ୍ନ ସହକାରେ ଅନ୍ୱେଷଣ ଓ ଅନୁସନ୍ଧାନ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ପୁଣି, ସେହି ପରିତ୍ରାଣ ସମ୍ଵନ୍ଧରେ ଯନି ସହକାରେ ଅନ୍ଵେଷଣ ଓ ଅନୁସନ୍ଧାନ କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

10 ପୁଣି, ସେହି ପରିତ୍ରାଣ ସମ୍ବନ୍ଧରେ ଯତ୍ନ ସହକାରେ ଅନ୍ୱେଷଣ ଓ ଅନୁସନ୍ଧାନ କଲେ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

10 ଏହି ପରିତ୍ରାଣ ସମ୍ବଦ୍ଧରେ ଭାବବାଦୀମାନେ ମନୋଯୋଗନୂର୍ବକ ଅନ୍ୱେଷଣ ଓ ଅନୁସନ୍ଧାନ କରି, ଈଶ୍ୱରଙ୍କ ନିରୂପିତ ଦାନ ବିଷୟରେ ଭବିଷ୍ୟତ୍ବାଣୀ ପ୍ରକାଶ କରିଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

10 ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନେ ମନୋଯୋଗ ସହକାରେ ଅଧ୍ୟୟନ କରି ଏହି ଉଦ୍ଧାର ବିଷୟରେ ଜାଣିବା ପାଇଁ ଚେଷ୍ଟା କଲେ। ସେହି ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନେ ତୁମ୍ଭ ପ୍ରତି ଆଗତ ଅନୁଗ୍ରହ ବିଷୟରେ କହିଥିଲେ।

Faic an caibideil Dèan lethbhreac




୧ ପିତର 1:10
24 Iomraidhean Croise  

ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।


ଯଦି ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ୱେଷଣ କର;


ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାପି ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ାଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।


ଏଣୁ ମୁଁ ଉପବାସ, ଚଟ ପରିଧାନ ଓ ଭସ୍ମ ଲେପନ କରି ପ୍ରାର୍ଥନା ଓ ବିନତି ଦ୍ୱାରା ପ୍ରଭୁ ପରମେଶ୍ୱରଙ୍କର ଅନ୍ଵେଷଣ କରିବା ପାଇଁ ତାହାଙ୍କ ପ୍ରତି ଦୃଷ୍ଟି କଲି।


ପୁଣି, ଆମ୍ଭେ ସକଳ ଗୋଷ୍ଠୀଙ୍କୁ ହଲାଇବା, ଆଉ ସମସ୍ତ ଗୋଷ୍ଠୀର ବାଞ୍ଛନୀୟ ବିଷୟସକଳ ଆସିବ, ପୁଣି ଆମ୍ଭେ ଏହି ଗୃହକୁ ଐଶ୍ୱର୍ଯ୍ୟରେ ପରିପୂର୍ଣ୍ଣ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ପୁଣି, ତାଙ୍କୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ!


କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହିସବୁ ଅନେକ ଭାବବାଦୀ ଓ ଧାର୍ମିକ ଲୋକ ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଶୁଣୁଅଛ, ସେହିସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।”


ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖାଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।”


କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ ସେହିସବୁ ଅନେକ ଭାବବାଦୀ ଓ ରାଜା ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ ସେହିସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।”


ପୁଣି, ସେ ସେମାନଙ୍କୁ କହିଲେ, “ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତା ଧର୍ମଶାସ୍ତ୍ରରେ ମୋʼ ବିଷୟରେ ଯାହା ଯାହା ଲେଖାଅଛି, ସେହିସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି।”


ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି।


ସେମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ମଧ୍ୟ କଅଣ ଜଣେ ଗାଲିଲୀୟ ଲୋକ? ଗାଲିଲୀରୁ କୌଣସି ଭାବବାଦୀ ଉତ୍ପନ୍ନ ହୁଅନ୍ତି ନାହିଁ, ଏହା ଅନୁସନ୍ଧାନ କରି ଦେଖ।


ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି।


ଥେସଲନୀକୀ ସହରରେ ଥିବା ଯିହୁଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ। ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ।


ଏଥିରେ ସେମାନେ ତାହାଙ୍କ ସହିତ ଗୋଟିଏ ଦିନ ନିରୂପଣ କରି ବହୁସଂଖ୍ୟାରେ ତାହାଙ୍କ ବସାକୁ ଆସିଲେ, ଆଉ ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କ ନିକଟରେ ବ୍ୟାଖ୍ୟା କରି ଈଶ୍ବରଙ୍କ ରାଜ୍ୟ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ପୁଣି, ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ର ନେଇ ଯୀଶୁଙ୍କ ସମ୍ବନ୍ଧରେ ସେମାନଙ୍କ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।


ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃ-ପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;


ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ।


ଯେଣୁ ଈଶ୍ବର ଆମ୍ଭମାନଙ୍କ ନିମନ୍ତେ ଉତ୍କୃଷ୍ଟତର ବିଷୟ ପ୍ରସ୍ତୁତ କରି ରଖିଥିଲେ, ଯେପରି ସେମାନେ ଆମ୍ଭମାନଙ୍କ ବିନା ସିଦ୍ଧ ଲାଭ ନ କରନ୍ତି।


ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ।


ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ।


Lean sinn:

Sanasan


Sanasan