Biblia Todo Logo
Bìoball air-loidhne

- Sanasan -




୧ ପିତର 2:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ବରଙ୍କୁ ଭୟ କର, ରାଜାଙ୍କୁ ସମାଦର କର।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

17 ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ଵରଙ୍କୁ ଭୟ କର, ରାଜାଙ୍କୁ ସମାଦର କର।

Faic an caibideil Dèan lethbhreac

ଓଡିଆ ବାଇବେଲ

17 ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ୱରଙ୍କୁ ଭୟ କର, ରାଜାଙ୍କୁ ସମାଦର କର ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

17 ସମସ୍ତଙ୍କୁ ସମ୍ମାନ ଦିଅ। ସର୍ବତ୍ର ଖ୍ରୀଷ୍ଟବିଶ୍ୱାସୀ ଭ୍ରାତୃବର୍ଗଙ୍କୁ ପ୍ରେମ କର। ଈଶ୍ୱରଙ୍କୁ ଭୟ କର, ସମ୍ରାଟଙ୍କୁ ସମ୍ମାନ ଦିଅ।

Faic an caibideil Dèan lethbhreac

ପବିତ୍ର ବାଇବଲ

17 ସମସ୍ତଙ୍କୁ ସମ୍ମାନ ଦିଅ। ପରମେଶ୍ୱରଙ୍କ ପରିବାରର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ଭଲ ପାଅ। ପରମେଶ୍ୱରଙ୍କୁ ଭୟ କର ଓ ରାଜାଙ୍କୁ ସମ୍ମାନ ଦିଅ।

Faic an caibideil Dèan lethbhreac




୧ ପିତର 2:17
25 Iomraidhean Croise  

ସେତେବେଳେ ଅବ୍ରହାମ କହିଲେ, “ଏ ଦେଶରେ ପରମେଶ୍ୱରଙ୍କ ପ୍ରତି କିଛି ଭୟ ନାହିଁ; ଏନିମନ୍ତେ ମୁଁ ଭାବିଲି, ଏମାନେ ଅବା ମୋହର ଭାର୍ଯ୍ୟା ଲୋଭରେ ମୋତେ ବଧ କରିବେ।


ତହିଁରେ ସେ କହିଲେ, “ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ୱରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।”


ପୁଣି, ତୃତୀୟ ଦିନରେ ଯୋଷେଫ ସେମାନଙ୍କୁ କହିଲେ, “ପରମେଶ୍ୱରଙ୍କ ପ୍ରତି ଆମ୍ଭର ଭୟ ଅଛି; ଏଣୁ ଏହି କର୍ମ କର, ତହିଁରେ ବଞ୍ଚିବ।


ଏଉତ୍ତାରେ ଦାଉଦ ସମଗ୍ର ସମାଜକୁ କହିଲେ, “ତୁମ୍ଭେମାନେ ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର।” ତହିଁରେ ସମସ୍ତ ସମାଜ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କର ଧନ୍ୟବାଦ କଲେ ଓ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ପ୍ରଣାମ କଲେ।


ସଦାପ୍ରଭୁ ବିଷୟକ ଭୟ ଜ୍ଞାନର ଆରମ୍ଭ; ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ।


ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।


ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛବୋଧ କରନ୍ତି।


ତୁମ୍ଭ ମନ ପାପୀଗଣକୁ ଈର୍ଷା ନ କରୁ, ପୁଣି, ତୁମ୍ଭେ ସମସ୍ତ ଦିନ ସଦାପ୍ରଭୁଙ୍କ ପ୍ରତି ଭୟରେ ଥାଅ।


ହେ ମୋହର ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର, ପୁଣି, ଚଞ୍ଚଳମତିମାନଙ୍କ ସଙ୍ଗରେ ଲିପ୍ତ ହୁଅ ନାହିଁ।


ତୁମ୍ଭେ ରାଜାଜ୍ଞା ପାଳନ କର, ମୁଁ ଏହା ପରାମର୍ଶ ଦିଏ ଓ ପରମେଶ୍ୱରଙ୍କ ସାକ୍ଷାତରେ ଶପଥ କରିବା ସକାଶୁ ତାହା କର।


ତୁମ୍ଭେ ପକ୍ୱକେଶ ପ୍ରାଚୀନଙ୍କ ସମ୍ମୁଖରେ ଉଠି ଠିଆ ହେବ ଓ ବୃଦ୍ଧ ଲୋକକୁ ସମାଦର କରିବ; ପୁଣି, ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।


ଏଉତ୍ତାରେ ମୁଁ ବନ୍ଧନୀ ନାମକ ମୋହର ଅନ୍ୟ ଯଷ୍ଟି ନେଇ ଯିହୁଦାର ଓ ଇସ୍ରାଏଲର ମଧ୍ୟରେ ଭ୍ରାତୃଭାବ ଭଗ୍ନ କରିବା ନିମନ୍ତେ ତାହା ଖଣ୍ଡ ଖଣ୍ଡ କରି କାଟିଲି।


ସେମାନେ କହିଲେ, କାଇସରଙ୍କର। ସେଥିରେ ସେ ସେମାନଙ୍କୁ କହିଲେ, “ତେବେ କାଇସର ସମ୍ରାଟଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ବରଙ୍କର ଯାହା, ତାହା ଈଶ୍ବରଙ୍କୁ ଦିଅ।”


ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ୱାରା ଜ୍ଞାତ ହେବେ।”


ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;


ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ୱ ଦେବାକୁ ହୁଏ, ତାହାଙ୍କୁ ରାଜସ୍ୱ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର।


ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ବରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ।


ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂତ ହୁଅ।


ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;


ଯେତେ ଲୋକ ଦାସତ୍ୱରୂପ ଜୁଆଳିର ଅଧୀନରେ ଅଛନ୍ତି, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଯଥୋଚିତ ସମ୍ମାନ ପାଇବାର ଯୋଗ୍ୟ ବୋଲି ଜାଣନ୍ତୁ, ଯେପରି ଈଶ୍ବରଙ୍କ ନାମ ଓ ଶିକ୍ଷାର ନିନ୍ଦା ନ ହୁଏ।


ବିଶ୍ୱାସୀମାନଙ୍କ ମଧ୍ୟରେ ପ୍ରେମ ସ୍ଥିର ହୋଇ ରହିଥାଉ।


ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;


ପ୍ରଭୁଙ୍କ ସକାଶେ ସମସ୍ତେ ମାନବୀୟ ବିଧାନର ବଶୀଭୂତ ହୁଅ,


ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରି, ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।”


ତେବେ ସେ କହିଲେ, “ଆମ୍ଭେ ପାପ କରିଅଛୁ; ତଥାପି ଏବେ ମୋହର ଲୋକମାନଙ୍କ ପ୍ରାଚୀନବର୍ଗ ଓ ଇସ୍ରାଏଲ ସମ୍ମୁଖରେ ମୋହର ଗୌରବ ରଖ ଓ ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋʼ ସଙ୍ଗେ ଫେରି ଆସ।”


Lean sinn:

Sanasan


Sanasan