Biblia Todo Logo
Bìoball air-loidhne

- Sanasan -




୧ ପିତର 2:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 “ସେ କୌଣସି ପାପ କଲେ ନାହିଁ, କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

22 ସେ କୌଣସି ପାପ କଲେ ନାହିଁ, କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

22 ସେ କୌଣସି ପାପ କଲେ ନାହିଁ, କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

22 ସେ କୌଣସି ପାପ କରି ନ ଥିଲେ। ତାଙ୍କ ଓଷ୍ଠରୁ ମିଥ୍ୟା କଥା ବାହାରିବା କେହି କେବେ ଶୁଣି ନ ଥିଲେ। ସେ ଅପମାନିତ ହେବା ସମୟରେ ଅପମାନସୂଚକ ପ୍ରତ୍ୟୁତ୍ତର ଦେଇ ନ ଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

22 “ସେ କୌଣସି ପାପ କରି ନ ଥିଲେ ଓ କୌଣସି ମିଛ କଥା ମୁହଁରେ ଉଚ୍ଚାରଣ କରି ନ ଥିଲେ।”

Faic an caibideil Dèan lethbhreac




୧ ପିତର 2:22
16 Iomraidhean Croise  

ତୁମ୍ଭେ ହିଂସାରୁ ଆପଣା ଜିହ୍ୱା ଓ ଛଳବାକ୍ୟରୁ ଆପଣା ଓଷ୍ଠାଧର ରକ୍ଷା କର।


ପୁଣି, ସେ କୌଣସି ଦୌରାତ୍ମ୍ୟ ନ କଲେ ହେଁ ଓ ତାହାଙ୍କ ମୁଖରେ କୌଣସି ଛଳ ନ ଥିଲେ ହେଁ ଲୋକମାନେ ଦୁଷ୍ଟଗଣର ସହିତ ତାହାଙ୍କର କବର ନିରୂପଣ କଲେ ଓ ମୃତ୍ୟୁୁରେ ସେ ଧନବାନର ସଙ୍ଗୀ ହେଲେ।


ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ୱପ୍ନରେ ବହୁତ କଷ୍ଟ ଭୋଗିଅଛି।


ମୁଁ ନିର୍ଦ୍ଦୋଷକୁ ମୃତ୍ୟୁ ହସ୍ତରେ ସମର୍ପଣ କରି ପାପ କରିଅଛି। କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି?


ଆଉ ଆମ୍ଭେମାନେ ସିନା ନ୍ୟାୟଭାବରେ ଦଣ୍ଡ ଭୋଗୁଅଛୁ, କାରଣ ଆମ୍ଭେମାନେ ନିଜ ନିଜ କର୍ମର ସମୁଚିତ ଫଳ ପାଉଅଛୁ, କିନ୍ତୁ ଏହି ବ୍ୟକ୍ତି କୌଣସି ଦୋଷ କରି ନାହାନ୍ତି।


ଶତ-ସେନାପତି ଏହି ଘଟଣା ଦେଖି ଈଶ୍ବରଙ୍କ ଗୌରବ କରି କହିଲେ, ନିଶ୍ଚୟ ଏ ବ୍ୟକ୍ତି ଧାର୍ମିକ ଥିଲେ।


ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାହାଙ୍କ ବିଷୟରେ କହିଲେ, “ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।”


ମୋʼ ଠାରେ ପାପ ଅଛି ବୋଲି ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରମାଣ ଦେଉଅଛି? ମୁଁ ଯେବେ ସତ୍ୟ କହେ, ତେବେ ତୁମ୍ଭେମାନେ କାହିଁକି ମୋତେ ବିଶ୍ୱାସ କରୁ ନାହଁ?


ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ବରଙ୍କର ଧାର୍ମିକତାସ୍ୱରୂପ ହେଉ।


କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ।


ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେ ମାତ୍ର ଉତ୍ସର୍ଗୀକୃତ ହେଲେ, କିନ୍ତୁ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ।


ହେ ମୋହର ବତ୍ସଗଣ, ତୁମ୍ଭେମାନେ ଯେପରି ପାପ ନ କର, ଏଥିନିମନ୍ତେ ମୁଁ ଏହିସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ।


ଆଉ ତୁମ୍ଭେମାନେ ଜାଣ ଯେ, ସେ ପାପ ବୋହିନେଇଯିବା ପାଇଁ ପ୍ରକାଶିତ ହେଲେ, ଆଉ ତାହାଙ୍କଠାରେ ପାପ ନାହିଁ।


ସେମାନଙ୍କ ମୁଖରେ କୌଣସି ମିଥ୍ୟାକଥା ନାହିଁ, ସେମାନେ ନିର୍ଦ୍ଦୋଷ।


Lean sinn:

Sanasan


Sanasan